କଲେଜ ଛାତ୍ରୀ ଗଣବଳାତ୍କାର ମାମଲା: ଖୁବଶୀଘ୍ର ଦାଖଲ କରାଯିବ ଚାର୍ଜଶିଟ୍‌

କଟକ,୮ା୧୧: କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ଖୁବଶୀଘ୍ର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କଟକ ଡିସିପି ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଡିସିପିଙ୍କ ସୂଚନା ଦେଇଛନ୍ତି। ଗିରଫ ୬ ଅଭିଯୁକ୍ତଙ୍କ ମୋବାଇଲ ଜବତ କରାଯାଇଛି। ଏପରିକି ଅଭିଯୁକ୍ତଙ୍କ ବିରୋଧରେ ଏସ୍‌ସି/ଏସ୍‌୍‌ଟି ଆକ୍ଟ ଏବଂ ଆଇଟି ଆକ୍ଟରେ ମାମଲା ରୁଜୁ ହୋଇଛି। ଜବତ ଫୋନ୍‌କୁ ଏସ୍‌ଏଫ୍‌ଏସ୍‌ଏଲ୍‌କୁ ପଠାଯିବ। ଅନ୍ୟପକ୍ଷେ ଅଭିଯୁକ୍ତମାନଙ୍କ ଖୁବଶୀଘ୍ର କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଡିସିପି କହିଛନ୍ତି।

ମିଳିଥିବା ସୂଚନା ମୁତାବକ, ଦୁର୍ଗାପୂଜା ସମୟରେ ଜଣେ କଲେଜ ଛାତ୍ରୀଙ୍କୁ ପୁରୁଷବନ୍ଧୁ ଓ ତାଙ୍କ ସାଙ୍ଗମାନେ ଗଣବଳାତ୍କାର କରିଥିଲେ। ଏପରି କି ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ମଧ୍ୟ କରାଯାଇଛି। ଉକ୍ତ ଭିଡିଓ ଜରିଆରେ ଛାତ୍ରୀଙ୍କୁ ବ୍ଲାକମେଲ୍‌ କରି ଅଭିଯୁକ୍ତମାନେ ବାରମ୍ବାର ବଳାତ୍କାର କରିଥିବା ନେଇ ପୀଡିତା ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ୬ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି।

କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀଜଣକ ତାଙ୍କ ପୁରୁଷବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷବନ୍ଧୁଙ୍କ ସାଙ୍ଗମାନେ ପୀଡ଼ିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ଉକ୍ତ ଭିଡିଓ ଦେଖାଇଥିଲେ। ପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ।

ପୋଲିସ ମାମଲାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଜଣ ଝାଞ୍ଜିରିମଙ୍ଗଳା, ଜଣେ ବାରଙ୍ଗ, କାଫେ ମାଲିକ ଭଗତପୁର ଅଞ୍ଚଳର ଏବଂ ଅନ୍ୟ ଜଣେ ଅଭିଯୁକ୍ତ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ଏସିପି ସ୍ବସ୍ତିକ ପଣ୍ଡାଙ୍କ କହିବାନୁସାରେ, ଗଣବଳାତ୍କାର ଘଟଣାଟି ପୁରୀଘାଟ ଥାନା ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ତେବେ ଛାତ୍ରୀଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢ଼ୁଥିବାରୁ ସେ ଏଠାରେ ଏତଲା ଦେଇଛନ୍ତି। ଗୁରୁତ୍ୱର ସହ ମାମଲାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri