କଲେଜ ଛାତ୍ରଙ୍କୁ ଛୁରି ଭୁସି ହତ୍ୟା

ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଗୌତମନଗରଠାରେ ଶୁକ୍ରବାର ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଦୁଇ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଭିଆଇ ଫେରାର ହୋଇଯାଇଛନ୍ତି। ମୃତକ ହେଉଛନ୍ତି ପ୍ରମୋଦ କିଲାକା(୨୧)। ପ୍ରମୋଦ ନିଜ ଭାଣିଜୀଙ୍କୁ ସ୍କୁଲରୁ ଧରି ଘରକୁ ଫେରୁଥିବା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ମୃତ ପ୍ରମୋଦ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ଭଣଜା ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ମିଳିଥିବା ସୂଚନା ମୁତାବକ, ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷରେ ପଢୁଥିବା ପ୍ରମୋଦ ଶୁକ୍ରବାର ନିଜ ଭାଣିଜୀକୁ ସ୍କୁଲରୁ ଧରି ଘରକୁ ଆସୁଥିଲେ। ହେଲେ ବାଟରେ ଗୌତମନଗରଠାରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ପରେ ସେମାନଙ୍କ ମଧ୍ୟରେ କିଛି ସମୟ ଯୁକ୍ତିତର୍କ ହୋଇଥିଲା। ସେତିକିବେଳେ ଦୁଇଜଣ ଦୁର୍ବୃତ୍ତ ପାଖରେ ଧରିଥିବା ଛୁରି ବାହାର କରି ପ୍ରମୋଦଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ପ୍ରମୋଦଙ୍କ ଛାତିରେ ଗଭୀର ଆଘାତ ଲାଗିଥିଲା। ପ୍ରମୋଦଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ହତ୍ୟାକାଣ୍ଡ ପରେ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରମୋଦଙ୍କ ମୃତଦେହ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଛି। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri