କଲେଜ ଛାତ୍ରଙ୍କୁ ଛୁରି ଭୁସି ହତ୍ୟା

ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଗୌତମନଗରଠାରେ ଶୁକ୍ରବାର ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଦୁଇ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଭିଆଇ ଫେରାର ହୋଇଯାଇଛନ୍ତି। ମୃତକ ହେଉଛନ୍ତି ପ୍ରମୋଦ କିଲାକା(୨୧)। ପ୍ରମୋଦ ନିଜ ଭାଣିଜୀଙ୍କୁ ସ୍କୁଲରୁ ଧରି ଘରକୁ ଫେରୁଥିବା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ମୃତ ପ୍ରମୋଦ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ଭଣଜା ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ମିଳିଥିବା ସୂଚନା ମୁତାବକ, ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷରେ ପଢୁଥିବା ପ୍ରମୋଦ ଶୁକ୍ରବାର ନିଜ ଭାଣିଜୀକୁ ସ୍କୁଲରୁ ଧରି ଘରକୁ ଆସୁଥିଲେ। ହେଲେ ବାଟରେ ଗୌତମନଗରଠାରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ପରେ ସେମାନଙ୍କ ମଧ୍ୟରେ କିଛି ସମୟ ଯୁକ୍ତିତର୍କ ହୋଇଥିଲା। ସେତିକିବେଳେ ଦୁଇଜଣ ଦୁର୍ବୃତ୍ତ ପାଖରେ ଧରିଥିବା ଛୁରି ବାହାର କରି ପ୍ରମୋଦଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ପ୍ରମୋଦଙ୍କ ଛାତିରେ ଗଭୀର ଆଘାତ ଲାଗିଥିଲା। ପ୍ରମୋଦଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ହତ୍ୟାକାଣ୍ଡ ପରେ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରମୋଦଙ୍କ ମୃତଦେହ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଛି। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri