ବିଜେଡି ଶୋଭାଯାତ୍ରାରେ କଲେଜ ଛାତ୍ରୀଛାତ୍ରଙ୍କ ସାମିଲ ବିବାଦ: ଅଭିଯୋଗ ପରେ ମୁହଁ ଖୋଲିଲେ ଅଧ୍ୟକ୍ଷ, କହିଲେ ମୁଁ…

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): ବ୍ରାହ୍ମଣୀଗାଁଠାରେ ଛାତ୍ରୀ ଓ ମହିଳା ନିର୍ଯାତନାକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଅହେତୁକ ବିଳମ୍ବ ଓ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ପ୍ରତିବାଦରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ବୁଧବାର ଏକ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। କଲେଜ ନିକଟରୁ ଏହି ଶୋଭାଯାତ୍ରା ବାହାରି ଥାନାରେ ପହଞ୍ଚିଥିଲା ଏବଂ ସେଠାରେ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଆଇଆଇସିଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ତେବେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳରେ କଲେଜ ଛାତ୍ରୀଛାତ୍ରଙ୍କୁ ସାମିଲ କରାଇବା ଏବଂ ବିରୋଧୀ ଦଳର ନେତାଙ୍କ ପୋଷ୍ଟର ପ୍ଲାକାର୍ଡ ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ, ଆଇନମନ୍ତ୍ରୀ, ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହାକୁ ଭାଜପା ନିନ୍ଦା କରିବା ସହ ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ନାମରେ ଥାନାରେ ଅଭିଯୋଗ କରିଥିଲେ। ଏଥିରେ ଋଷିମାଳ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଭାସ୍କର ନାୟକ ମୁହଁ ଖୋଲି ଏକ ପ୍ରେସ୍‌ ଇସ୍ତାହାରରେ ପ୍ରକାଶ କରିଛନ୍ତି। ସେ ସେଥିରେ ଉଲ୍ଲେଖ କରିଛନ୍ତି ଯେ, ଏକ ରାଜନୈତିକ ରାଲିରେ ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଉପସ୍ଥିତି ସମ୍ପର୍କରେ ମିଥ୍ୟା ପ୍ରଚାର କରାଯାଉଥିବା ଜଣାଇଛନ୍ତି। ଚଳିତ ବୁଧବାର ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ଦ୍ବାରା ଆୟୋଜିତ ଏକ ରାଜନୈତିକ ରାଲିରେ ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟ, ବ୍ରାହ୍ମଣୀ ଗାଁର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିବା ବିଷୟ ଏବଂ ସେଥିରେ ମୋର ସମ୍ପୃକ୍ତି ଥିବା ବିଷୟ କୁହାଯାଉଥିବା ଜାଣି ମାନସିକ ଭାବେ ଅତ୍ୟନ୍ତ ମର୍ମାହତ ଅନୁଭବ କରିଥିବା ସେ ଇସ୍ତାହାରରେ ଉଲ୍ଲେଖ କରିଛନ୍ତି।
ସେହିଦିନ ପ୍ରାୟ ୧.୩୦ ଅପରାହ୍ନରେ କଲେଜ ପରିସରରୁ ରାଲି ଅନୁଷ୍ଠିତ ହୋଇଥିଲା ବୋଲି ଅଭିଯୋଗରେ ସେ କହିଛନ୍ତି ଯେ, ଏହିଭଳି କୌଣସି କାର୍ଯ୍ୟକ୍ରମ କଲେଜ ପରିସରରେ ଅନୁଷ୍ଠିତ ହୋଇନାହିଁ। ଉକ୍ତ ଦିନ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଦ୍ବାରା ଦିଆଯାଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ +୩ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷା ପାଇଁ ପ୍ରାୟ ୨ ଘଣ୍ଟାର ଆବଶ୍ୟକୀୟ ପ୍ରସ୍ତୁତି ପରେ ଯାଞ୍ଚ ପ୍ରକ୍ରିୟା ଅନୁସରଣ କରି ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ହଲ୍‌ ଭିତରକୁ ପ୍ରବେଶ କରିବାକୁ ଦିଆଯାଇଥିଲା। ଅପରାହ୍ନ ୨ଟାରୁ ପ୍ରାୟ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା। ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଦ୍ବାରା ପ୍ରେରିତ ସ୍କ୍ବାଡ୍‌ ଏହି ପରୀକ୍ଷା ସମୟରେ ଉପସ୍ଥିତ ଥିଲେ। ମୁଁ ଏବଂ କଲେଜର ସମସ୍ତ କର୍ମଚାରୀ ପରୀକ୍ଷା ପରିଚାଳନାରେ ସମ୍ପୂର୍ଣ୍ଣ ନିୟୋଜିତ ଥିଲୁ। ତେଣୁ ତାଙ୍କ ମହାବିଦ୍ୟାଳୟର କୌଣସି ଛାତ୍ରୀଛାତ୍ର ସେହି ରାଜନୈତିକ ଦଳରେ ସାମିଲ ହୋଇ ନ ଥିବା ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଭାସ୍କର ନାୟକ କହିଛନ୍ତି।

ସୂଚନାଯୋଗ୍ୟ, ଘଟଣାକୁ ନେଇ ବ୍ରାହ୍ମଣୀଗାଁ ଭାଜପା ପକ୍ଷରୁ ଅଧ୍ୟକ୍ଷଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହାର ନିରପେକ୍ଷ ତଦନ୍ତ ପାଇଁ ଭାଜପା ପକ୍ଷରୁ ପୋଲିସକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri