ନିଆଁରେ ଜଳିଗଲେ ଯୁକ୍ତ ୨ କଲେଜ ଛାତ୍ରୀ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଖପ୍ରାମାଲ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଯୁକ୍ତ ୨ରେ ପଢୁଥିବା ଝିଅ ଟିଙ୍କଲ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏନେଇ ଗାଁରେ ଶୋକର ଛାୟା ଖୋଳିଯାଇଛି। ଟିଙ୍କଲ ଘରେ ରୋଷେଇ କରୁଥିଲେ। ସେତିକିବେଳେ ନିଆଁ ଲାଗି ଯାଇଥିଲା। କିଛି ସମୟ ମଧ୍ୟରେ ନିଆଁ ଘର ଚାରିଆଢେ ବ୍ୟାପି ଯାଇଥିଲା। ଖବର ପାଇ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳ ପହଞ୍ଚିବା ପୂର୍ବରୁ କୌଶଳ କ୍ରମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିଲେ। ହେଲେ ନିଆଁରେ ପୋଡି ହୋଇ ଘଟଣାସ୍ଥଳରେ ଟିଙ୍କଲଙ୍କ ମୃତ୍ୟୁ ଘଟିଥିଲା। ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ଘରେ ନିଆଁ ଲାଗିଯାଇଥିବା ଅନୁମାନ କରାଯାଉଛି। କୋକସରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri