ଟ୍ରକ୍‌ ଚାପାରେ ଚାଲିଗଲା କଲେଜ ଛାତ୍ରୀଙ୍କ ଜୀବନ

ସିନାପାଲି,୧୭।୧୧(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ଚଟିଆଗୁଡ଼ା ନିକଟ ଫୋରୱେ ରାସ୍ତାରେ ଗୁରୁବାର ଏକ ଟ୍ରକ୍‌ ଚାପାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ଛାତ୍ରୀ ଜଣକ ଗୋର୍ଲା ଗ୍ରାମ ଭରୋପଡାର ବେଦମତୀ ମାଝି(୧୬)। ଗୁରୁତର ହେଲେ କମଳାକାନ୍ତି ମାଝି। ଛାତ୍ରୀ ଦ୍ୱୟ ସିନାପାଲି ସ୍ଥିତ ମହିଳା ମହାବିଦ୍ୟାଳୟକୁ ଗୁରୁବାର କ୍ଲାସ କରିବାକୁ ଆସିଥିଲେ। କଲେଜରୁ ଘରକୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି।

ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକେ ଘଟଣାସ୍ଥଳରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ ଚଳାଇଛି। ପରିବାର ଲୋକେ କ୍ଷତିପୂରଣ ଦାବିରେ ଅଡି ବସିଥିବା ବେଳେ ପ୍ରଶାସନିକ ଅଧିକାରୀ କିମ୍ବା ଟ୍ରକ୍‌ ମାଲିକ ପହଞ୍ଚି ନ ଥିଲେ।

ମିଳିଥିବା ସୂଚନା ମୁତାବକ, ଛାତ୍ରୀମାନେ ସାଇକେଲରେ ଘରକୁ ଫେରୁଥିଲେ। ଏକ ଟ୍ରକ୍‌ (ସିଜି୦୪ଏମଜି୮୮୦୮) ଚଟିଆଗୁଡା ନିକଟରେ ଛାତ୍ରୀଙ୍କୁ ଧକ୍କା ଦେଇ ଡ୍ରାଇଭର ଟ୍ରକକୁ ସିନାପାଲି ପେଟ୍ରୋଲ ପମ୍ପ ନିକଟରେ ଛାଡି ଫେରାର ହୋଇଯାଇଥିଲେ। ଜଣେ ଛାତ୍ରୀ ଟ୍ରକରେ ଚାପି ହୋଇଯିବାରୁ ଘଟଣାସ୍ଥଳରେ ମୃତ୍ୟ ଘଟିଥିଲା। ଅନ୍ୟ ଜଣକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri