ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ ମହିଳା ଶାଖା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଫେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ନିଜେ ମଧ୍ୟ ସଫେଇ କାର୍ଯ୍ୟରେ ସାମିଲ ହୋଇଥିଲେ। ଏହି ଅବସରରେ ସେ ସ୍ବଚ୍ଛ ଭାରତ ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଛାତ୍ରୀଛାତ୍ର ନିଜ ଘର, ଶିକ୍ଷାନୁଷ୍ଠାନ ଓ ଆଖପାଖ ଅଞ୍ଚଳକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ସହ ଅନ୍ୟମାନଙ୍କୁ ମଧ୍ୟ ସ୍ବଚ୍ଛତା ପ୍ରତି ସଚେତନ କରାଇବା ଆବଶ୍ୟକ ବୋଲି ଅଧ୍ୟକ୍ଷ ଆହ୍ବାନ ଦେଇଥିଲେ।

କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍‌ କୋ-ୟୁନିଟ୍‌ ଅଧିକାରୀ, ମହିଳା ଶାଖା ଯୋଜନା ଅଧିକାରୀ ସସ୍ମିତା କୁମାରୀ ଦାସ, ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ଇତିହାସ ବିଭାଗର ଅଧ୍ୟାପକ ବିଦେଶୀ ରାଉତ, କର୍ମଚାରୀ ପି. ରମେଶ, ପ୍ରଶାନ୍ତ ଚୌଧୁରୀଙ୍କ ସମେତ ବହୁ ଛାତ୍ରୀଛାତ୍ର ଯୋଗଦେଇ ସଫେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri