ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ କୁହାଯାଇଛି।

ପ୍ରକାଶ ଯେ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ୍‌ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ପ୍ରବାହରେ ଆଜି ଓ ଉପକୂଳରେ ଘଣ୍ଟାପ୍ରତି ୪୪ରୁ ୫୫ କିମି ବେଗରେ ପବନ ବହିବ। ସମ୍ଭାବ୍ୟ ବାତ୍ୟାଟି ଗଭୀର ଅବପାତରେ ପରିଣତ ହେବା ପରେ ଓ ଉପକୂଳରେ ପବନର ବେଗ ବଢିବ ବୋଲି ଜଣାପଡିଛି। ଗଭୀର ଅବପାତ ପରେ ଆସନ୍ତାକାଲି ବାତ୍ୟାର ରୂପ ନେବ ଏବଂ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିମି ରହିବ। ୨୪ ତାରିଖ ସକାଳେ ଭୀଷଣ ବାତ୍ୟାର ରୂପ ନେବାପରେ ପବନର ବେଗ ବଢିବ। ଘଣ୍ଟାପ୍ରତି ୯୦ରୁ ୧୦୦ କିମି ବେଗରେ ପବନ ବହିବ।

ସମ୍ଭାବ୍ୟ ବାତ୍ୟା ଉପକୂଳ ଅତିକ୍ରମ କରିବାବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହାପରେ ଲ୍ୟାଣ୍ଡଫଲ କରିବା ପରେ ୨୫ ତାରିଖ ସକାଳେ ଓଡ଼ିଶା ଉପକୂଳରେ ପବନର ବେଗ କମିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ରୁ୮୫ କିମି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri