କଲେଜରେ ରହିବ ଏନ୍‌ସିସି ଜିଇ ପାଠ୍ୟକ୍ରମ

ଭଞ୍ଜନଗର,୧୪।୨(ଡି.ଏନ.ଏ): ଏନ୍‌ସିସି ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସରକାର ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷଠାରୁ ସ୍ନାତକରେ ଏନ୍‌ସିସି ଜେନେରାଲ ଇଲେକ୍ଟିଭ୍‌ (ଜିଇ) ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ନିଷ୍ପତ୍ତିି ନେଇଛନ୍ତି । ଏଥିଲାଗି ଆଗାମୀ ପଦକ୍ଷେପ ନେବାପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏନ୍‌ସିସି ଥିବା ମହାବିଦ୍ୟାଳୟଗୁଡ଼ିକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି । ଯୁକ୍ତ ୩ କଳା, ବାଣିଜ୍ୟ ଏବଂ ବିଜ୍ଞାନ ଛାତ୍ରୀଛାତ୍ର ଏହି ସୁବିଧା ପାଇପାରିବେ । ପ୍ରତ୍ୟେକ ପେପରରେ ମିଡ୍‌୍‌ ସେମିଷ୍ଟାର ୧୫ ମାର୍କ, ପ୍ରାକ୍ଟିକାଲ ୨୫ ମାର୍କ ଏବଂ ଏଣ୍ଡ ସେମିଷ୍ଟାର ୬୦ ମାର୍କ ରହିବ।
ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଶାସନ ଦେବସ୍ଥାନ ମହାବିଦ୍ୟାଳୟରେ ଏନ୍‌ସିସି ଜିଇ ପାଠ୍ୟକ୍ରମ ଖୋଲିବା ସମ୍ଭାବନା ରହିଛି। ଏହି ଦୁଇ କଲେଜରେ ଅନେକ ଛାତ୍ରୀଛାତ୍ର ଏନ୍‌ସିସି ନେବାକୁ ଆଗ୍ରହ ରଖୁଥିଲେ ମଧ୍ୟ ସିଟ୍‌ କମ୍‌ ଯୋଗୁ ବଞ୍ଚିତ ହେଉଥିଲେ। ଜିଇ ପାଠ୍ୟକ୍ରମ ଖୋଲିଲେ କିଛି ମାତ୍ରାରେ ଆଶା ପୂରଣ ହେବ। ତେବେ ଏନସିସି କ୍ୟାଡ଼େଟ୍‌ ମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଯେଉଁଭଳି ସଂରକ୍ଷଣ ବ୍ୟବସ୍ଥା ଅଛି, ଜିଇ ଛାତ୍ରୀଛାତ୍ରଙ୍କୁ ତାହାର ସୁବିଧା ମିଳିବ କି ନାହିଁ ସେ ନେଇ ଚିଠିରେ କିଛି ଉଲ୍ଲେଖ କରାଯାଇନାହିଁ । ସୋମବାର ଜିଇ ପାଠ୍ୟକ୍ରମ ସମ୍ପର୍କିତ ନିର୍ଦ୍ଦେଶନାମା ଭଞ୍ଜନଗର କଲେଜରେ ପହଞ୍ଚିବା ପରେ ଅଧ୍ୟକ୍ଷ ରାଜେନ୍ଦ୍ର ଦାସ ଏନସିସି ଆର୍ମି ଅଫିସର ଲେଫ୍ଟନାଣ୍ଟ ରଜନୀକାନ୍ତ ତ୍ରିପାଠୀ ଏବଂ ଏନସିସି ନାଭାଲ ଅଫିସର ଡ଼.ରବୀନ୍ଦ୍ର କୁମାର ମିଶ୍ରଙ୍କ ସହ ପରବର୍ତ୍ତି ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି। ଅପରପକ୍ଷେ ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ପ୍ରତିଷ୍ଠା ହେଉଥିବା ସରକାରୀ ଆଇଟିଆଇ କୋଠା କାର୍ଯ୍ୟ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ କୋଠା କାର୍ଯ୍ୟ କିଭଳି ତୁରନ୍ତ ସରିବ ସେନେଇ ବିଭାଗୀୟ ଅଧିକାରୀଙ୍କ ସହ ବାରମ୍ବାର ସମୀକ୍ଷା କରୁଛନ୍ତି । ୨୦୨୩-୨୪ ଶିକ୍ଷା ବର୍ଷରୁ ଭଞ୍ଜନଗର ସରକାରୀ ଆଇଟିଆଇ ଖୋଲିବା ପାଇଁ ଯୋଜନା ଚାଲିଛି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri