Posted inଜାତୀୟ

କଲେଜିୟମ ତଥ୍ୟ ଦେଇହେବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୧୨: ସୂଚନା ଅଧିକାର ଆଇନ ବଳରେ କଲେଜିୟମର ୨୦୧୮ ଡିସେମ୍ବର ୧୨ ତାରିଖ ବୈଠକର ସବିଶେଷ ବିବରଣୀ ପ୍ରଦାନ ଲାଗି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ବହୁସଦସ୍ୟ ବିଶିଷ୍ଟ କଲେଜିୟମର ପରୀକ୍ଷାମୂଳକ ନିଷ୍ପତ୍ତିକୁ ସର୍ବସାଧାରଣରେ ପ୍ରକାଶ କରାଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ପ୍ରସ୍ତାବରେ କଲେଜିୟମର ସମସ୍ତ ସଦସ୍ୟ ସ୍ବାକ୍ଷର କରିବା ପରେ ଏହା ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରିବ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଛନ୍ତି। ପରୀକ୍ଷାମୂଳକ ପ୍ରସ୍ତାବଗୁଡ଼ିକ ସଦସ୍ୟମାନଙ୍କ ମଧ୍ୟରେ ଆଲୋଚନା ଓ ପରାମର୍ଶ ପାଇଁ ଅଣାଯାଇଥାଏ। ସେଗୁଡ଼ିକୁ ଚୂଡ଼ାନ୍ତ ନିଷ୍ପତ୍ତି କୁହାଯାଇପାରିବ ନାହିଁ। ୨୦୧୮ ଡିସେମ୍ବର ୧୨କଲେଜିୟମ ବୈଠକରେ କେତେଜଣ ବିଚାରପତିଙ୍କ ନାମକୁ ନେଇ ଆଲୋଚନା ହୋଇଥିଲେ ହେଁ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରି ନ ଥିଲା। ଉକ୍ତ ବୈଠକର ସବିଶେଷ ତଥ୍ୟ ଜାଣିବା ପାଇଁ ଆର୍‌ଟିଆଇ କର୍ମୀ ଅଞ୍ଜଳି ଭରଦ୍ୱାଜ କରିଥିବା ଆବେଦନ ଦିଲ୍ଲୀ ହାଇକୋର୍ଟରେ ଖାରଜ ହୋଇଯିବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଧର୍ମୀୟ ଶୋଭାଯାତ୍ରା ନିୟନ୍ତ୍ରଣ ଆବେଦନ ଖାରଜ

ଦେଶରେ ଧର୍ମୀୟ ଶୋଭାଯାତ୍ରାଗୁଡ଼ିକୁ ନିୟନ୍ତ୍ରଣ କରିବା ଲାଗି ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା ଜନସ୍ବାର୍ଥ ମାମଲାକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ସିଟିଜେନ୍ସ ଫର୍‌ ଜଷ୍ଟିସ୍‌ ଆଣ୍ଡ ପିସ୍‌ ନାମକ ଏନ୍‌ଜିଓ ପକ୍ଷରୁ ଏହି ପିଆଇଏଲ୍‌ ଦାଏର କରାଯାଇଥିଲା। ସମସ୍ତ ଧର୍ମୀୟ ଶୋଭାଯାତ୍ରାକୁ ଦଙ୍ଗାର ଉତ୍ସ ଭାବେ ଚିତ୍ରଣ ନ କରିବାକୁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ୍‌ ପି.ଏସ୍‌. ନରସିଂହଙ୍କ ଖଣ୍ଡପୀଠ କହିଛନ୍ତି। ଆଇନ ଶୃଙ୍ଖଳା ରାଜ୍ୟ ପ୍ରସଙ୍ଗ। ସବୁ ଅଞ୍ଚଳର ଆଇନ ଶୃଙ୍ଖଳା ମଧ୍ୟକୁ ସୁପ୍ରିମକୋର୍ଟଙ୍କୁ ଟଣାଯାଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ଏନ୍‌ଜିଓ ପକ୍ଷରୁ ବରିଷ୍ଠ ଆଇନଜୀବୀ ସି.ୟୁ. ସିଂ ଅଦାଲତଙ୍କୁ କହିଥିଲେ, ଧର୍ମୀୟ ଉତ୍ସବ ବେଳେ ଶୋଭାଯାତ୍ରାରେ ଖଣ୍ଡା ଆଦି ଅସ୍ତ୍ରକୁ ସାମିଲ କରାଯାଉଛି। ଏଗୁଡ଼ିକ ଉପରେ ନିୟନ୍ତ୍ରଣ ଲାଗି ଗାଇଡ୍‌ଲାଇନ ଆବଶ୍ୟକ ବୋଲି ସେ ଯୁକ୍ତି ବାଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?