Posted inଜାତୀୟ

କଲେଜିୟମ ବ୍ୟବସ୍ଥା ଦେଶର ଆଇନ

ନୂଆଦିଲ୍ଲୀ,୯।୧୨(ପି.ଟି.):ବିଚାରପତି ନିଯୁକ୍ତି ଲାଗି ରହିଥିବା କଲେଜିୟମ ବ୍ୟବସ୍ଥା ଦେଶର ଆଇନ। ଏହା ବିରୋଧରେ ମନ୍ତବ୍ୟ ଗ୍ରହଣୀୟ ନୁହେଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଦେଶର ଆଇନକୁ ସମସ୍ତେ ମାନିବା ଲାଗି ବାଧ୍ୟ। ତେଣୁ କଲେଜିୟମ ବ୍ୟବସ୍ଥାକୁ ମାନିନେବାକୁ ହେବ ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣୀ ଦେଇଛନ୍ତି। ସାମ୍ବିଧାନିକ ଅଦାଲତଗୁଡ଼ିକରେ ବିଚାରପତି ନିଯୁକ୍ତି ପାଇଁ କଲେଜିୟମ ସୁପାରିସ୍‌ କରିଥିବା ନାମକୁ ମଞ୍ଜୁରୀ ଦେବାରେ କେନ୍ଦ୍ର ସରକାର ବିଳମ୍ବ କରୁଥିବା ନେଇ ଏକ ପିଟିଶନର ଶୁଣାଣି ବେଳେ ସର୍ବୋଚ୍ଚ ଅଦାଲତ ଉପରୋକ୍ତ ମତ ଦେଇଛନ୍ତି। ସରକାରୀ ପଦାଧିକାରୀମାନେ କଲେଜିୟମ ବ୍ୟବସ୍ଥା ବିରୋଧରେ ମନ୍ତବ୍ୟ ଦେବା ଠିକ୍‌ ନୁହେଁ ବୋଲି ଜଷ୍ଟିସ୍‌ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀଙ୍କୁ କହିଛନ୍ତି।
କଲେଜିୟମ ବ୍ୟବସ୍ଥା ସୁପ୍ରିମକୋର୍ଟ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଏକ ବଡ଼ ଫ୍ଲାଶପଏଣ୍ଟ ହୋଇଛି। ବିଚାରପତିମାନେ ଅନ୍ୟ ବିଚାରପତିଙ୍କ ନିଯୁକ୍ତି ସ୍ଥିର କରିବା ବ୍ୟବସ୍ଥାକୁ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଆସୁଛି। କଲେଜିୟମ ବ୍ୟବସ୍ଥା ସମ୍ବିଧାନ ଅନ୍ତର୍ଭୁକ୍ତ ନୁହେଁ ବୋଲି ଗତ ମାସ ୨୫ ତାରିଖରେ କେନ୍ଦ୍ର ଆଇନମନ୍ତ୍ରୀ କିରେନ୍‌ ରିଜିଜୁ କହିଥିଲେ। ସେହିପରି ଉପରାଷ୍ଟ୍ରପତି ଜଗଦୀଶ ଧନ୍‌କର ବୁଧବାର ରାଜ୍ୟ ସଭାରେ ତାଙ୍କର ପ୍ରଥମ ଉଦ୍‌ବୋଧନରେ ଜାତୀୟ ବିଚାରପତି ନିଯୁକ୍ତି ଆୟୋଗ (ଏନ୍‌ଜେଏସି)କୁ ୨୦୧୫ରେ ସୁପ୍ରିମକୋର୍ଟ ରଦ୍ଦ କରିବା ପ୍ରସଙ୍ଗ ଉଠାଇଥିଲେ। ଏହା ସଂସଦୀୟ ସାର୍ବଭୌମତ୍ୱ ସହ ଗୁରୁତର ସାଲିସ୍‌ ଏବଂ ଜନାଦେଶ ପ୍ରତି ଅବମାନନା ବୋଲି ଧନ୍‌କର କହିଥିଲେ। ସୂଚନାଯୋଗ୍ୟ, କଲେଜିୟମ ସୁପାରିସ କରିଥିବା ୧୯ ବିଚାରପତିଙ୍କ ନାମକୁ କେନ୍ଦ୍ର ସରକାର ଫେରାଇ ଦେଇଛନ୍ତି। ଏଭଳି ଛକାପଞ୍ଝାର କିପରି ସମାଧାନ ହେବ ବୋଲି ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି। କଲେଜିୟମ ବ୍ୟବସ୍ଥା ଥିବା ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ହେବ। ଯଦି ସରକାର ଆଉ ଏକ ଆଇନ ଆଣିବାକୁ ଚାହୁଁଛନ୍ତି, ସେଥିରେ କେହି ବାଧା ଦେବେନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?