୨ଟି କାର୍‌ ମଧ୍ୟରେ ଧକ୍କା: ଚାଲିଗଲା ୨ ଜୀବନ, ୫ ଆହତ

ଜି. ଉଦୟଗିରି, ୨୬।୧୦(ଡି ଏନ ଏ ) ଜି ଉଦୟଗିରି ରାଇପଦା ନିକଟରେ ରବିବାର ସନ୍ଧ୍ୟା ୭ଟା ସମୟରେ ଦୁଇଟି କାର ମଧ୍ୟରେ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୫ ଜଣ ଆହତ ହୋଇଛନ୍ତି। ମୃତକ ମଧ୍ୟରୁ ଜଣେ ଟିକାବାଲି ତେନ୍ତୁଳି ଗଡ଼ର ପଞ୍ଚାନନ ସାହୁ (୩୦ ବର୍ଷ) ଓ ଅନ୍ୟ ଜଣେ ଟିକାବାଲି ବୁଦୁଗୁଡୁର ସୁବାଷ ବେହେରା (୪୫ ବର୍ଷ)ବୋଲି ଜଣାପଡିଛି। ଆହତମାନେ ହେଲେ ଟିକାବାଲି ଥାନା ଅଞ୍ଚଳର ମିଥୁନ ପ୍ରଧାନ, ନାଗାର୍ଜୁନ ନାୟକ, ଦୀପକ କୁମାର ମଲ୍ଲିକ,ମାର୍ଶଲ ପ୍ରଧାନ ଓ ରାଜେନ୍ଦ୍ର ସାହୁ। ସେମାନଙ୍କୁ ଜି ଉଦୟଗିରି ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ହସ୍ପିଟାଲକୁ ପଠାଇ ଦିଆଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ମେଡ଼ିକାଲ କଲେଜ ହସ୍ପିଟାଲକୁ ପଠାଇଦିଆଯାଇଛି। କଳିଙ୍ଗା ଆଡୁ ଜି ଉଦୟଗିରି ଅଭିମୁଖେ ଆସୁଥିବା ଅଲ୍‌ଟୋ କାର ସହ ବିପରୀତ ଦିଗରୁ ଯାଉଥିବା ଏକ ମାରୁତି ସ୍ବିଫ୍ଟ କାର ଧକ୍କା ହୋଇଥିଲା। ଖବର ପାଇ ଦମକଳ ଓ ପୋଲିସ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରି ଜି ଉଦୟଗିରି ହସ୍ପିଟାଲକୁ ଆଣିଥିଲେ। ଏନେଇ ଜି ଉଦୟଗିରି ଥାନାରେ କେସ ନଂ ୮୫/୨୦ତା୨୫/୧୦ /୨୦୨୦ ଅନୁଯାୟୀ ମାମଲା ରୁଜୁ କରି ଦୁର୍ଘଟଣାର କାରଣ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି ବୋଲି ତଦନ୍ତ ଅଧିକାରୀ କୌଶଲ୍ୟା ବେହେରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri