ଦୁଇ ଟ୍ରକ୍‌ ମଧ୍ୟରେ ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ ଗୁରୁତର

ନୂଆପଡ଼ା ଅଫିସ,୩୧।୭: ନୂଆପଡ଼ା ଜିଲା କୋମନା ଥାନା ତରବୋଡ କେନ୍ଦୁପତ୍ର ଗୋଦାମ ପାଖ ୩୫୩ ନମ୍ବର ଜାତୀୟ ରାଜପଥରେ ୨ ଟ୍ରକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ତରବୋଡ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ମୃତକ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ସରର୍ଗିଗୁଡ଼ାର ଅଭିଷେକ ପ୍ରଧାନ (୨୯) ଏବଂ ଅନ୍ୟ ଜଣେ କଳାହାଣ୍ଡି ଜିଲା ଛେଲିଆମାଲ ଗ୍ରାମର ଧର୍ମେନ୍ଦ୍ର ମହରା (୩୩) ବୋଲି ଜଣାପଡିଛି। ଅନ୍ୟ ଏକ ଟ୍ରକ୍‌ର ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ହେଲେ ସେମାନଙ୍କ ପରିଚୟ ମିଳିପାରି ନାହିଁ ।

ମିଳିଥିବା ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌ (ଓଡି-୧୮ଏଫ୍‌ ୩୫୧୪ ନମ୍ବର) କୋମନା ପଟୁ ନୂଆପଡ଼ା ଆସୁଥିଲା। ସେତିକିବେଳେ ବିପରିତ ଦିଗରୁ ଆସୁଥିବା ଅନ୍ୟ ଏକ ଟ୍ରକ୍‌ (ନଂ.ସିଜି-୦୪ ଏନ୍‌ଏଚ୍‌ ୧୩୯୭) ମଧ୍ୟରେ ମୁହାମୁହିଁ ଧକ୍କା ହୋଇଥିଲା। ଫଳରେ ଅଭିଷେକ ଏବଂ ଧର୍ମେନ୍ଦ୍ରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଏନେଇ କୋମନା ଥାନା ପୋଲିସ ଏକ ଦୁର୍ଘଟଣା ମାମଲା (ନଂ.୧୮୭/୨୨) ରୁଜୁ କରି ତଦନ୍ତ ଜାରି ରଖିଥିବା ମାମଲାର ତଦନ୍ତକାରୀ ଅଧିକାରୀ ସହଦେବ ଯୋଶୀ ଏବଂ ରାମଲାଲ ଜୁରିଆ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri