Posted inଜାତୀୟ

ଦୁଇ ଟ୍ରକ୍‌-ବସ୍‌ ଧକ୍କା: ୭ ମୃତ, ୨୦ ଆହତ

ନେଲୋର,୧୦।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲା ମୁସୁନୁରୁ ଟୋଲ ପ୍ଲାଜା ନିକଟରେ ଏକ ମର୍ମନ୍ତୁଦ ସିରିଜ୍‌ ଦୁର୍ଘଟଣା ଘଟିଛି। ଦୁଇ ଟ୍ରକ ଏବଂ ଏକ ଘରୋଇ ବସ୍‌ ମଧ୍ୟରେ ଧକ୍କା ହୋଇ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି।

ପୋଲିସ ସୂଚନା ମୁତାବକ, ଦୁଇଟି ବଳଦଙ୍କୁ ଧରି ଏକ ଟ୍ରକ୍‌ ଶ୍ରୀକଳହସ୍ତୀ ଯାଉଥିବା ବେଳେ ମୁସୁନୁରୁ ଟୋଲ ପ୍ଲାଜା ନିକଟରେ ଭାରସାମ୍ୟ ହରାଇ ଏକ ଲୁହା ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା। ଫଳରେ ଲୁହା ବୋଝେଇ ଟ୍ରକ ଚାଳକ ନିୟନ୍ତ୍ରଣ ହରାଇ ଅପରପାଶର୍‌ବରୁ ଆସୁଥିବା ଏକ ବସ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲରେ ଅନ୍ୟ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?