Posted inଜାତୀୟ

କର୍ନେଲ ଗୀତା ରାଣା ରଚିଲେ ଇତିହାସ

ନୂଆଦିଲ୍ଲୀ,୯।୩: ଭାରତୀୟ ସେନାର କର୍ପସ ଅଫ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ମେକାନିକାଲ ଇଞ୍ଜିନିୟର୍ସର କର୍ନେଲ ଗୀତା ରାଣା ଇତିହାସ ସୃଷ୍ଟି କରିଛନ୍ତି। ପୂର୍ବ ଲଦାଖର ଫରଓ୍ବାର୍ଡ ତଥା ଦୁର୍ଗମ ଅଞ୍ଚଳରେ ଫିଲ୍ଡ ଓ୍ବାର୍କଶପ୍‌ର ଦାୟିତ୍ୱ ସମ୍ଭାଳିବାରେ କର୍ଣ୍ଣେଲ ଗୀତା ରାଣା ପ୍ରଥମ ମହିଳା ଅଧିକାରୀ ହୋଇଛନ୍ତି।
ନିକଟରେ ଭାରତୀୟ ସେନା ମହିଳା ଅଧିକାରୀମାନଙ୍କୁ କମାଣ୍ଡର ଭାବରେ ଦାୟିତ୍ୱ ଗ୍ରହଣ କରିବାକୁ ଅନୁମୋଦନ କରିଛନ୍ତି। ଯାହା ପରେ କର୍ଣ୍ଣେଲ ଗୀତା ଏହି ସଫଳତା ହାସଲ କରିବାରେ ପ୍ରଥମ ମହିଳା ଅଧିକାରୀ ହୋଇଛନ୍ତି। ଚାଇନା ସୀମାରେ ନିୟୋଜିତ ସ୍ବାଧୀନ କ୍ଷେତ୍ର କର୍ମଶାଳାକୁ କର୍ଣ୍ଣେଲ ଗୀତା ନିର୍ଦ୍ଦେଶ ଦେବେ।
ମହିଳା ସେନା ଅଧିକାରୀଙ୍କ ପାଇଁ କର୍ପସ ଅଫ ଇଞ୍ଜିନିୟର୍ସ, ଇଲେକ୍ଟ୍ରୋନିକ୍ସ ଏବଂ ମେକାନିକାଲ ଇଞ୍ଜିନିୟର୍ସ ଏବଂ ଅନ୍ୟାନ୍ୟ ଶାଖାରେ ସ୍ବାଧୀନ ୟୁନିଟକୁ ନିର୍ଦ୍ଦେଶ ଦେବା ପାଇଁ ସେନା ନିକଟରେ ୧୦୮ଟି ପଦବୀ ଖାଲି କରିଛି। ଆଗାମୀ ଦିନରେ ଅନ୍ୟ ମହିଳା ସୈନିକମାନଙ୍କୁ ମଧ୍ୟ ଏହିପରି ନିଯୁକ୍ତି ଦିଆଯାଇପାେ। ମହିଳା ଅଧିକାରୀ ଯେଉଁମାନେ ବୋର୍ଡରୁ ଅନୁମୋଦନ ପାଇବାକୁ ସକ୍ଷମ ହେବେ ସେମାନଙ୍କୁ ମଧ୍ୟ କମାଣ୍ଡ ରୋଲ ଦିଆଯାଇପାରିବ ଏବଂ ଭବିଷ୍ୟତରେ ସେମାନଙ୍କୁ ଉଚ୍ଚ ପଦବୀରେ ନିଯୁକ୍ତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri