Posted inଜାତୀୟ

ମୋଦିଙ୍କ ରୋଡ ଶୋ’ରେ ନଜର ଆସିଲେ କର୍ଣ୍ଣେଲ ସୋଫିଆଙ୍କ ପରିବାର

ଭଦୋଦରା,୨୬।୫: ପ୍ରଧାନମନ୍ତ୍ରୀ ମୋଦି ସୋମବାର ଗୁଜରାଟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ଭଦୋଦରାରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଏକ ମେଗା ରାଲିର ଆୟୋଜନ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଶହ ଶହ ଲୋକ ଯୋଗ ଦେଇଥିଲେ, ପ୍ରଧାନମନ୍ତ୍ରୀ ହାତ ହଲାଇ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଅପରେଶନ ସିନ୍ଦୂର ପରେ ପ୍ରଥମ ଥର ପାଇଁ, ପ୍ରଧାନମନ୍ତ୍ରୀ ତାଙ୍କ ଗୃହ ରାଜ୍ୟ ଗସ୍ତ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ୮୨,୦୦୦ କୋଟି ଟଙ୍କାର ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏକ ସ୍ବତନ୍ତ୍ର ‘ସିନ୍ଦୁର ସମ୍ମାନ ଯାତ୍ରା’ରେ ପ୍ରଧାନମନ୍ତ୍ରୀଙ୍କୁ ୨୫,୦୦୦ରୁ ଅଧିକ ମହିଳା ଉଲ୍ଲସିତ ସ୍ବାଗତ କରିଥିଲେ ଏବଂ ତାଙ୍କ ଉପରେ ଫୁଲ ବର୍ଷା କରିଥିଲେ।
ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’ ସମୟରେ ମଞ୍ଚ ଉପରେ ଅପରେଶନ ସିନ୍ଦୂର ପରେ ଖବରରେ ଆସିଥିବା ଭାରତୀୟ ସେନାର କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ପରିବାରଙ୍କୁ ମଧ୍ୟ ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’ ସମୟରେ ପରିବାର ସଦସ୍ୟମାନେ ମଧ୍ୟ ଫୁଲ ବର୍ଷା କରିଥିଲେ। ଦୁଇ ଦିନିଆ ଗୁଜରାଟ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri