କଲର ବେଲ୍ଟ ପ୍ରତିଯୋଗିତା

ଛତ୍ରପୁର,୭ା୨(ଡି.ଏନ୍‌.ଏ.) ଛତ୍ରପୁର କେଏମ୍‌ପି ସ୍ପୋଟର୍‌ସ ଏକାଡେମି ପକ୍ଷରୁ ୨୫ ତମ କଲର ବେଲ୍ଟ ପ୍ରତିଯୋଗିତା ସ୍ଥାନୀୟ ଲକ୍ଷ୍ମଣ ଭବନ ପରିସରସ୍ଥ ଏକାଡେମିର ତାଲିମ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାର ବିଭିନ୍ନ ଟାଏକୋଣ୍ଡୋ ପ୍ରଶିକ୍ଷଣ କେନ୍ଦ୍ରରେ ପ୍ରଶିକ୍ଷଣ ନେଉଥିବା ୧୬୮ଜଣ ପ୍ରଶିକ୍ଷାର୍ଥୀ ଏହି ଆନ୍ତଃ ଜିଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ୧୬ ଜଣ ବ୍ଲାକ୍‌ ବେଲ୍ଟ ପ୍ରତିଯୋଗୀ ଥିବା କେଏମ୍‌ପି ସ୍ପୋଟର୍‌ସ ଏକାଡେମିର ପ୍ରଶିକ୍ଷକ ତଥା ଓଡ଼ିଶା ଟାଏକୋଣ୍ଡୋ ସଂଘର ରାଜ୍ୟ ସମ୍ପାଦକ କେ. ମନୋଜ ପ୍ରଧାନ ସୂଚନା ଦେଇଛନ୍ତି। ୬ଷ୍ଠ ଡାନ ବ୍ଲାକ ବେଲ୍ଟଧାରୀ ଆନ୍ତର୍ଜାତିକ କୋଚ ମନମୋହନ ଭଞ୍ଜ ପ୍ରତିଯୋଗିତାରେ ପରୀକ୍ଷକ ଭାବେ ଯୋଗଦେଇଥିଲେ। ବ୍ରହ୍ମପୁର ଜାଗୁଆର ଏକାଡେମିର ୭୨ଜଣ, ଗଞ୍ଜାମ ଏକାଡେମିର ୩୦ ଓ ଛତ୍ରପୁରର ୬୬ ଜଣ ପରୀକ୍ଷାର୍ଥୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଗଞ୍ଜାମ ଜିଲା ଟାଏକୋଣ୍ଡୋ ସଂଘ ସଭାପତି ଶ୍ରୀକାନ୍ତ ମହାନ୍ତି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି, ଓଡ଼ିଶା ଟାଏକୋଣ୍ଡୋ ସଂଘ ମହିଳା ବିଭାଗର ଅଧ୍ୟକ୍ଷା ଡ. ଅନୀତା ମିଶ୍ର ସମ୍ମାନିତ ଅତିଥି ଯୋଗ ଦେଇଥିଲେ। କୋଚ ଇ. ଲଳିତ କୁମାର, ଅମ୍ବିକା ପ୍ରସାଦ ଦାସ, ସି ଏଚ ପ୍ରସାଦ ନାୟକ, ରୁଦ୍ର ନାରାୟଣ ବେହେରା, ପୀୟୂଷ ପ୍ରସାଦ ଷଡ଼ଙ୍ଗୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?