ଦିଗପହଣ୍ଡିରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ: ମୁଖ୍ୟ ଆକର୍ଷଣ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାରସାହି ଗଣେଶ ପୂଜା କମିଟି ପକ୍ଷରୁ ସୋମବାର ବିଳମ୍ବିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସୁରତରଙ୍ଗ ମେଲୋଡି ନାଇଟ ଆୟୋଜିତ ହୋଇଯାଇଛି। ଏହାକୁ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ଉଦ୍‌ଘାଟନ କରିଥିବା ବେଳେ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଓକିଲ ସଂଘର ପ୍ରାକ୍ତନ ସଭାପତି ହରପ୍ରସାଦ ରଥ, କାଉନସିଲର ଦୀପକ କୁମାର ମିଶ୍ର, ନୀଳମାଧବ ଗୌଡ, ଉପାଧ୍ୟକ୍ଷା ପ୍ରତିନିଧି କେ. କୁନା, ପୂଜା କମିଟି କାର୍ଯ୍ୟକର୍ତ୍ତା ବିଚିତ୍ରାନନ୍ଦ ପଟ୍ଟନାୟକ, ସାମାଜିକ କର୍ମୀ ଶିବ ଶଙ୍କର ମହାଙ୍କୁଡ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଶିଷ୍ଟ ସମ୍ବଲପୁରୀ କଣ୍ଠଶିଳ୍ପୀ ରୁକୁ ସୁନା ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବା ସହ ତାଙ୍କର ସଙ୍ଗୀତର ତାଳେ ତାଳେ ଦର୍ଶକ ବିଭୋର ହୋଇଥିବା ଦେଖାଯାଇଥିଲା। ପୂଜା କମିଟିର ସକ୍ରିୟ ସଦସ୍ୟ ପ୍ରଭାକର ରେଡ୍ଡୀଙ୍କ ଅକାଳ ବିୟୋଗରେ ସ୍ମୃତି ସମ୍ମାନ ସ୍ବରୂପ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। କମିଟି ସଦସ୍ୟ ଆଶିଷ ପଟ୍ଟନାୟକ, ରବିନ୍ଦ୍ର ମାର୍ଥା, ନୀଳମାଧବ ମହାପାତ୍ର, ଲଲାଟେନ୍ଦୁ ପଧାନ, ରଞ୍ଜିତ ବେହେରା, ପ୍ରଦୀପ କୁମାର ପଣ୍ଡା, ନିଗମ ପ୍ରସାଦ ପଣ୍ଡା, ଓଡି. ମହେଶ, କୁନା ପାତ୍ର, ଦେବେନ୍ଦ୍ର ଗୌଡ, ଅରବିନ୍ଦ ରାଜୁ, ଅଶୋକ ନନ୍ଦ, ନରେନ୍ଦ୍ର ସାହୁ, ବାରିକ ବେହେରା, ବାବୁ ଦାଶ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?