କୁମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): କିଛି ଦିନର ନୀରବତା ପରେ ପୁଣି ନୂଆପଡା ଜିଲାରେ ମାଓବାଦୀମାନେ ତାଙ୍କର ଉପସ୍ଥିତି ଜାହିର କରିଛନ୍ତି। ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ମଙ୍ଗଳବାର ନୂଆପଡା ଜିଲା ପୋଲିସ ମୁଖ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ଛତିଶଗଡ ରାଜ୍ୟରେ ମାଓ ଦମନ ପାଇଁ କୁମ୍ବିଂ ଅପରେଶନକୁ ଜୋରଦାର କରିଥିବାବେଳେ ମାଓବାଦୀମାନେ ଆତ୍ମଗୋପନ କରିବା ପାଇଁ ଓଡ଼ିଶା ମୁହାଁ ହେଉଥିବା ଅନୁମାନ କରାଯାଉଛି । ଏହି ଖବର ଗୋଇନ୍ଦା ବିଭାଗ ସୂତ୍ରରୁ ପାଇ ନୂଆପଡା ଜିଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଧେଶ କ୍ରମେ ସୁରକ୍ଷା ବାହିନୀ ସିନାପାଲି ଥାନା ଝାରବନ୍ଧ ଗାଁ ନିକଟସ୍ଥ ଛତିଗଡ ସୀମାନ୍ତ ନାରାୟଣ ଡୋଙ୍ଗରି ସଂରକ୍ଷିତ ଜଙ୍ଗଲରେ କୁମ୍ବିଂ ଅପରେଶନକୁ ଜୋରଦାର କରିଥିଲେ। ନାରାୟଣ ଡୋଙ୍ଗରି ସଂରକ୍ଷିତ ଜଙ୍ଗଲରେ ଯବାନମାନେ କୁମ୍ବିଂ ଅପରେଶନ କରୁଥିବା ଜାଣି ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ସେହି ସମୟରେ ଏକ ମାଓବାଦୀ କ୍ୟାମ୍ପ ଠାବ କରି ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ କରିଛନ୍ତି। ସେଥିରେ ଗୋଟିଏ ଟିଫିନ ବୋମା,୨୦ଟି ଜିଲେଟିନ ବାଡି, ଇଲେକ୍ଟ୍ରିକାଲ ଡେଟନେଟର,ପଲିଥିନ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛନ୍ତି । ଛତିଶଗଡ ସୀମାନ୍ତ ଜଙ୍ଗଲଗୁଡ଼ିକରେ କୁମ୍ବିଂ ଅପରେଶନ ଜାରି ରହି ଜୋରଦାର କରାଯିବ ବୋଲି ଏସପି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?