କମ୍ବିଂ ଅପରେଶନ ଜୋରଦାର: ବର୍ଷାରେ ଭିଜି ମାଓବାଦୀଙ୍କୁ ଖୋଜୁଛନ୍ତି ଯବାନ

ଭଞ୍ଜନଗର,୨୧/୯(ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାର ବାଇବାଲି, ଇନ୍ଦ୍ରଗଡ଼, ମହୁଲପଲ୍ଲୀ ପ୍ରମୁଖ ଗ୍ରାମ ଜଙ୍ଗଲରେ ଆଜକୁ ୩ ଦିନ ହେବ କମ୍ବିଂ ଅପରେଶନ ଜୋରଦାର ଚାଲିଛି। ଉକ୍ତ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ତଥାପି ଯବାନମାନେ ବର୍ଷାରେ ଭିଜି ଭିଜି ଜଙ୍ଗଲରେ ମାଓବାଦୀଙ୍କୁ ଖୋଜୁଛନ୍ତି। ମାଓବାଦୀମାନେ ଉକ୍ତ ଜଙ୍ଗଲରେ ଲୁଚି ରହିଥିବା ଆଶଙ୍କାରେ ଯବାନମାନେ ତିନିଦିନ ହେବ ଉକ୍ତ ଜଙ୍ଗଲକୁ ଦିନ ରାତି ଘେରି ରହିଛନ୍ତି। ଯବାନମାନେ ଧୀରେ ଧୀରେ ଆଗକୁ ବଢ଼ୁଛନ୍ତି। ଦୀର୍ଘ ବର୍ଷର ନୀରବତା ପରେ ଉକ୍ତ ଅଂଚଳରେ ହଠାତ୍‌ ମାଓବାଦୀଙ୍କ ଗତିବିଧି ବୃଦ୍ଧି ଏବଂ ମାଓବାଦୀଙ୍କ ଆକ୍ରମଣରେ ଜଣେ ଯବାନ ଆହତ ହେବା ଚିନ୍ତାର କାରଣ ହୋଇଛି।

ସୂଚନାଯୋଗ୍ୟ ଯେ, ଗତ ୧୮ ତାରିଖରେ ଗଞ୍ଜାମ ଜିଲା ସୀମାଠାରୁ କିଛି କିମି ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଏସଓଜି ପକ୍ଷରୁ କମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଫଳରେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଥିଲେ। ସେ ହେଲେ ଏସଓଜି କନେଷ୍ଟବଲ ପ୍ରେମ ସିଂ ମାଝୀ। ଉକ୍ତ ଦିନ ତାଙ୍କୁ ପ୍ରଥମେ ଇନ୍ଦ୍ରଗଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରଯାଇଥିଲା। ଏହାପରେ ଭଞ୍ଜନଗର ମେଡ଼ିକାଲକୁ ସନ୍ଧ୍ୟାରେ ଅଣା ଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡ଼ିକାଲକୁ ଅଧିକ ଚିକିତ୍ସା ପାଇଁ ନିଆଯାଇଥିଲା। ବର୍ତ୍ତମାନ ସେଠାରେ ତାଙ୍କର ଅପରେସନ କରାଯାଇ ଗୁଳି ବାହାର କରାଯାଇଛି । ଏଥିସହ ଗତକାଲି ଡିଜି ଆହତ ଯବାନଙ୍କୁ ଭେଟି ଭଲମନ୍ଦ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri