Posted inଜାତୀୟ

ମୋ ଅନୁପସ୍ଥିତିରେ ପ୍ରଦର୍ଶନ ନକରି ଶାହସ ଥିଲେ ମୋ ସମ୍ମୁଖକୁ ଆସ: ରାଜ୍ୟପାଳ…

ଥିରୁଭାନନ୍ତପୁରମ୍‌,୭।୧୧ : କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ-ମାର୍କ୍ସବାଦୀ, ବାମପନ୍ଥୀ ଦଳ ଏବଂ ଡିଏମକେ ନେତାଙ୍କ ସହଯୋଗୀମାନଙ୍କ ସହିତ ନଭେମ୍ବର ୧୫ ରେ ରାଜ ଭବନ ସମ୍ମୁଖରେ ଏକ ବିରାଟ ବିରୋଧ ପ୍ରଦର୍ଶନ କରିବାକୁ ଯାଉଛନ୍ତି। ଏହି ପ୍ରତିବାଦରେ ଏମ୍‌ପି ତିରୁଚି ଶିବା ମଧ୍ୟ ଅଂଶଗ୍ରହଣ କରିବେ। ଏହାକୁ ନେଇ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ମଧ୍ୟ ଆରମ୍ଭ ହୋଇଛି। ଏକ ଖୋଲା ଚ୍ୟାଲେଞ୍ଜ ଦେଇ ରାଜ୍ୟପାଳ କହିଛନ୍ତି ଯେ ନଭେମ୍ବର ୧୫ ରେ ମୋ ଅନୁପସ୍ଥିତିରେ ପଦଯାତ୍ରା କର ନାହିଁ। ଯେଉଁ ଦିନ ମୁଁ ରାଜ ଭବନରେ ଅଛି ସେହି ଦିନ ଏଭଳି ପଦଯାତ୍ରାର ଆୟୋଜନ କର।

ମୁଁ ସେଠାକୁ ଆସିବି ଏବଂ ଯଦି ତୁମର ଶାହସ ଅଛି ତେବେ ଏକ ସର୍ବସାଧାରଣ ବିତର୍କ କରିବି। ରାଜ୍ୟପାଳ ଅଭିଯୋଗ କରିଛନ୍ତି ଯେ କୁଳପତିମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ପାଳନ କରିବାକୁ ବାରଣ କରାଯାଉଛି, ଆଇନ ଶୃଙ୍ଖଳାକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଉଛି। ମୋତେ ଭୟଙ୍କର ପରିଣାମ ଭୋଗିବାକୁ ଧମକ ଦିଆଯାଉଛି। ମୋ ଅନୁପସ୍ଥିତିରେ ପ୍ରଦର୍ଶନ ନକରି ଶାହସ ଥିଲେ ମୋ ସମ୍ମୁଖକୁ ଆସ ବୋଲି ରାଜ୍ୟପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri