Posted inଜାତୀୟ

ନମାଜ ପାଇଁ ଆସ, ଡେଟିଂ ମନା

ନୂଆଦିଲ୍ଲୀ,୨୫।୧୧:ଜାମା ମସ୍‌ଜିଦ ଉପାସନାର ସ୍ଥାନ ଏବଂ ଏଥିପାଇଁ ଲୋକଙ୍କୁ ସ୍ବାଗତ କରାଯାଉଛି। କିନ୍ତୁ ଯୁବତୀ/ମହିଳା ଏକୁଟିଆ ଆସି ଡେଟିଂ ପାଇଁ ଅପେକ୍ଷା କରିବାର ସ୍ଥାନ ଏହା ନୁହେଁ ବୋଲି ଶାହି ଇମାମ ସୟେଦ ଅହମଦ ବୁଖାରି କହିବା ସହ ଜାମା ମସ୍‌ଜିଦ୍‌କୁ ଏକାକିନୀ ମହିଳାଙ୍କ ଆଗମନ ଉପରେ କଟକଣା ଲଗାଇଥିଲେ। ଏକାକୀ କିମ୍ବା ଗ୍ରୁପ୍‌ରେ ଆସୁଥିବା ମହିଳାଙ୍କ ପ୍ରବେଶ ନିଷେଧ ନେଇ ମସ୍‌ଜିଦ ମୁଖ୍ୟ ଫାଟକ ବାହାରେ ନୋଟିସ୍‌ ଲଗାଯାଇଥିଲା। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ନମାଜ ପାଠ ପାଇଁ ଆସୁଥିବା ମହିଳାଙ୍କ କ୍ଷେତ୍ରରେ ଏହା ଲାଗୁ ହେବନାହିଁ ବୋଲି ଇମାମ କହିଥିଲେ। ଦିଲ୍ଲୀ ଉପରାଜ୍ୟପାଳ ଏହି ପ୍ରସଙ୍ଗରେ ଭି.କେ. ସାକ୍ସେନା ଶାହି ଇମାମ ବୁଖାରିଙ୍କ ସହ ଆଲୋଚନା କରି ନିର୍ଦ୍ଦେଶର ପୁନର୍ବିଚାର କରିବା ଲାଗି ଅନୁରୋଧ କରିଥିଲେ। ନିର୍ଦ୍ଦେଶନାମା ରଦ୍ଦ କରିବାକୁ ଇମାମ ରାଜି ହୋଇଛନ୍ତି। ମସ୍‌ଜିଦକୁ ଆସୁଥିବା ଲୋକେ ଏହାର ପବିତ୍ରତାକୁ ସମ୍ମାନ ଦିଅନ୍ତୁ ଓ ମର୍ଯ୍ୟାଦା ରକ୍ଷା କରନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।
ମସ୍‌ଜିଦକୁ ଝିଅମାନେ ଡେଟିଂରେ ଆସୁଥିବା କେତେକ ରିପୋର୍ଟ ମିଳିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ପୂର୍ବରୁ ବୁଖାରି କହିଥିଲେ। ତେବେ ଏହା ମହିଳା ଅଧିକାରର ଉଲ୍ଲଂଘନ ବୋଲି ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ କହିବା ସହ ମସ୍‌ଜିଦ କର୍ତ୍ତୃପକ୍ଷଙ୍କୁ ନୋଟିସ ଜାରି କରିଥିଲେ। ଜାମା ମସ୍‌ଜିଦରେ ମହିଳାଙ୍କ ପ୍ରବେଶକୁ ବାରଣ ଅସାମ୍ବିଧାନିକ ଓ ମହିଳା ବିରୋଧୀ ବୋଲି ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ କୁହାଯାଇଥିଲା। ଜାମା ମସ୍‌ଜିଦରେ ମହିଳାଙ୍କ ପ୍ରବେଶକୁ ବାରଣ କରି ମୁଖ୍ୟ ଫାଟକରେ ନୋଟିସ୍‌ ଲଗାଯିବାକୁ ମହିଳା ଅଧିକାର କର୍ମୀମାନେ ଦୁଃଖଦାୟକ ଓ ଗ୍ରହଣୀୟ ନୁହେଁ ବୋଲି କହିଥିବାବେଳେ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଏହାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri