ଚୋରି କରିବାକୁ ଆସି ବୃଦ୍ଧାଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୨୨ା୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି କରଣ ସାହିରେ ରବିବାର ରାତିରେ ଘରେ ଏକାକୀ ଥିବା ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ସରୋଜିନୀ ପଟ୍ଟନାୟକ(୭୦)। ଶରୀରରେ କ୍ଷତ ଚିହ୍ନ ଥିବା ଓ ଘର ସାରା ଲଙ୍କାଗୁଣ୍ଡ ପଡିଥିବାରୁ କୌଣସି ଦୁର୍ବୃତ୍ତ ଚୋରି କରିବାକୁ ଆସି ସରୋଜିନୀଙ୍କୁ ହତ୍ୟା କରିଥିବା ଜଣାପଡିଛି। ପୋଲିସ ସୋମବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଚଳାଇଛି।
ପ୍ରକାଶ ଯେ, ସରୋଜିନୀଙ୍କ ୨ ପୁଅ ଓ ଦୁଇ ଝିଅ ଅଛନ୍ତି। ଦୁଇ ପୁଅଙ୍କ ମଧ୍ୟରୁ ଜଣେ ହାଇଦ୍ରାବାଦ ଏବଂ ଅନ୍ୟ ଜଣେ ଆମେରିକାରେ ରହୁଛନ୍ତି। ଦୁଇ ଝିଅ ବିବାହିତା। ସରୋଜିନୀ ଘରେ ଏକା ରହୁଥିଲେ। ସବୁଦିନ ସେ ଭୋର ୪ଟାରେ ଉଠି ପୂଜାପାଠ କରିବା ସହ ମନ୍ଦିରକୁ ଯାଇଥାନ୍ତି। ସୋମବାର ସକାଳେ ତାଙ୍କୁ ସାହିଲୋକେ ନ ଦେଖି ସନ୍ଦେହରେ ଘର କବାଟ ବାଡ଼େଇଥିଲେ। ବହୁ ସମୟ ପର୍ଯ୍ୟନ୍ତ କୌଣସି ଉତ୍ତର ନ ମିଳିବାରୁ କବାଟ ଭାଙ୍ଗି ଭିତରକୁ ଯିବାରେ ଖଟରେ ମୃତଦେହ ପଡିଥିବା ଦେଖାଯାଇଥିଲା। ସାହିଲୋକେ ଏ ନେଇ ପାରଳାଖେମୁଣ୍ଡି ପୋଲିସକୁ ଖବର ଦେଇଥିଲେ। ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସାଇଣ୍ଟିଫିକ ଟିମ ସହ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘରସାରା ଲଙ୍କାଗୁଣ୍ଡ ପଡିଥିବା, ସରୋଜିନୀଙ୍କ ଶରୀରରେ କ୍ଷତ ହୋଇଥିବା ଓ ଆଲମିରା ଖୋଲା ଥିବାରୁ କେହି ଚୋରି କରିବାକୁ ଆସି ହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ଏ ନେଇ ୨୦/୨୪ରେ ଏକ ମାମଲା ରୁଜୁ କରାଯାଇଛି। ସରୋଜିନୀଙ୍କ ସାନ ଝିଅ ଆସି ଘରେ ପହଞ୍ଚିଥିବା ବେଳେ ବାହାରେ ରହୁଥିବା ପୁଅ ଝିଅଙ୍କୁ ପୋଲିସ ଖବର କରିଛି । ସେମାନେ ମଙ୍ଗଳବାର ସୁଦ୍ଧା ପହଞ୍ଚିବା ପରେ ଘରୁ କ’ଣ ସବୁ ଚୋରି ହୋଇଛି ତାହା ସ୍ପଷ୍ଟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri