ଓଜନ କମାଇ ସମସ୍ତଙ୍କୁ ଚକିତ କଲେ କମେଡି କୁଇନ୍‌

ମୁମ୍ବାଇ: ଏବେ ସମସ୍ତେ ନିଜକୁ ଫିଟ୍ ରଖିବାକୁ ସବୁ ପ୍ରକାର ଉଦ୍ୟମ ଜାରି ରଖୁଛନ୍ତି । ବିଶେଷ କରି ସେଲିବ୍ରିଟିମାନେ ଜିମ୍ ଯିବା, ଡାଏଟ୍ କଣ୍ଟ୍ରୋଲ କିରିବା ଆଦି ଫଲୋ କରି ନିଜକୁ ଫିଟ୍ ରଖି ପାରୁଛନ୍ତି । ଆଉ ସାଧାରଣ ଜନତାଙ୍କ ପାଇଁ ଫିଟନେସର ମନ୍ତ୍ର ବି ଦେଉଛନ୍ତି ଏହି ସେଲିବ୍ରିଟି । ତେବେ ମନୋରଞ୍ଜନ ଦୁନିଆର କମେଡି କୁଇନ୍ ଭାବେ ପରିଚିତ ଭାରତି ସିଂ ଏବେ ତାଙ୍କ ଶରୀରର ଓଜନ କମାଇ ସମସ୍ତଙ୍କୁ ଚକିତ କରି ଦେଇଛନ୍ତି । ସେ ୧୫ କିଲୋ ଓଜନ କମ୍ କରିଥିବା କହିଛନ୍ତି । ଏହାର କିଛି ଫଟୋ ବି ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଯାହାକୁ ଦେଖିବା ପରେ ଯେ କେହି ଚକିତ ହୋଇ ଯାଉଛି । ଆଗରୁ ୯୧ କିଲୋ ଥିବା ଭାରତି ଏବେ ୭୬ କେଜିରେ ପହଞ୍ଚିଛନ୍ତି । ଅସଲ କଥା ହେଲା ସେ ତାଙ୍କ ଡାଏଟ୍ କଣ୍ଟ୍ରୋଲ କରିଥିବା କହିଛନ୍ତି । ପୂର୍ବରୁ ସନ୍ଧ୍ୟା ୭ଟା ସୁଦ୍ଧା ଡିନର ନେଉଥିବା ଭାରତି ଏବେ ସନ୍ଧ୍ୟା ୭ଟା ପରେ ଆଉ କିଛି ଖାଦ୍ୟ ଖାଉ ନାହାନ୍ତି । ପୁଣି ତା’ପରଦିନ ଦିନ ୧୨ଟାରେ ସେ ଖାଦ୍ୟ ଖାଉଥିବା କହିଛନ୍ତି । ଏହାସହ ନିୟମିତ ବ୍ୟାୟମ କରୁଛନ୍ତି ଏହି ସେଲିବ୍ରିଟି । ଏବେ ସେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri