କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ ଭିଡିଓ କରି ସହାୟତା ମାଗିଛନ୍ତି । ତେବେ ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ କିଏ ହତ୍ୟା ଦେଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ପଚାଶ ଲକ୍ଷ ଟଙ୍କା ଦିଅ ନହେଲେ ସୋସିଆଲ ମିଡିଆରେ ବଦନାମ କରିବାକୁ ଧମକ ଦେଇଥିବା ଗୁଲୁଆ ଭିଡିଓରେ କହିଛନ୍ତି ।

ସେ ଭିଡିଓରେ ଅଭିଯୋଗ କରି କହିଛନ୍ତି ଯେ, ମୋତେ ହତ୍ୟା ଧମକ ମିଳୁଛି ହେଲେ ମୁଁ ଏନେଇ ଅଭିଯୋଗ କରିବାକୁ ଥାନାକୁ ପହଞ୍ଚି ପାରୁ ନାହିଁ । ଗୁଲୁଆ କହିଛନ୍ତି ଯେ ମୋତେ ଓ ମୋର ଟିମକୁ ତିନି ଥର ଧମକ ମିଳିନାଣି । କାରଣ ମୋତେ ଯିଏ ଧମକ ଦେଉଛି ତାଙ୍କର ଥାନାରେ ହାତ ରହିଛି । ତେଣୁ ମୁଁ ମୋର ଜାଗା ଛାଡି ବାହାରେ ରହୁଛି । ଏଠାରୁ ଭିଡିଓ କରି ମୁଁ ସୁରକ୍ଷା ପାଇଁ ପ୍ରଶାସନକୁ ଅନୁରୋଧ କରୁଥିବା ନେଇ କହିଛନ୍ତି ଗୁଲୁଆ । ଆଜି କୋର୍ଟ ବନ୍ଦ ରହିବା କାରଣରୁ ମୁଁ କୌଣସି ଲିଗାଲ ଆକ୍ସନ ନେଇପାରୁ ନାହିଁ ।

ମୋ ଭିଡିଓକୁ ହାଲକା ଭାବେ ନିଅନ୍ତୁ ନାହିଁ, ହୁଏତ କାଲି ସକାଳ ମୁଁ ନଦେଖି ପାରେ । ମୋ କଥାକୁ ଗୁରୁତ୍ୱ ନିଅନ୍ତୁ । ଗୁଲୁଆ ତାଙ୍କ ଭିଡିଓରେ ବର୍ତ୍ତମାନ ସୁଦ୍ଧା କାହାକୁ ଦୋଷ ଦେଇନାହାନ୍ତି । ତାଙ୍କ ସ୍ତ୍ରୀଙ୍କ ସହିତ ସମ୍ପର୍କ ଭଲନଥିବା ବେଳେ ଚର୍ଚ୍ଚା ବଢ଼ିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?