କପିଲ ଶର୍ମାଙ୍କ ‘ଦାଦି’ ଗାୟବ

ମୁମ୍ବାଇ: କମେଡି ଜଗତର ବେତାଜ ବାଦଶାହ କପିଲ ଶର୍ମାଙ୍କ ଶୋ’ ଏମିତି କିଛି କ୍ୟାରେକ୍ଟର ଦର୍ଶକଙ୍କୁ ଭେଟି ଦେଇଛନ୍ତି, ଯେଉଁମାନଙ୍କୁ ଦର୍ଶକେ ରିୟଲ ନେମ ଅପେକ୍ଷା ସେମାନଙ୍କ ରିଲ ନେମରେ ଜାଣିଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଅଲି ଅସଗର । ସେ କପିଲ ଶର୍ମା ଶୋ’ରେ ଦାଦି ଭୂମିକାରେ ନଜର ଆସିଥାଆନ୍ତି । ଲୋକଙ୍କୁ ଜବରଦସ୍ତି କିସ୍ କରନ୍ତି ଆଉ ଖୁବ୍ ହସାନ୍ତି । ସେ ସୁଟ ସହ ଜୋତା ପିନ୍ଧନ୍ତି । ହେଲେ କିଛିଦିନ ହେବ ସେ ଶୋ’ରୁ ଗାୟବ ଅଛନ୍ତି । ହେଲେ ଏହି ନିକଟରେ ଆଉ ତାଙ୍କୁ କପିଲ ଶର୍ମା ଶୋ’ରେ ଦେଖିବାକୁ ମିଳିବ ନାହିଁ ବୋଲି କୁହାଯାଉଛି ।
କାରଣ ଏବେ ଦାଦି ଦର୍ଶକଙ୍କୁ ଏଣ୍ଟରଟେନମେଣ୍ଟ ଦେବାକୁ ଡ୍ୟାନ୍ସ ରିୟଲିଟି ଶୋ’ ‘ଝଲକ ଦିଖ ଲାଜା’ରେ ନଜର ଆସିବାକୁ ଯାଉଛନ୍ତି । ଏହି ରିପୋର୍ଟ ଆସିବା ପରେ ଦର୍ଶକେ ଖୁବ୍ ଏକ୍ସାଇଟେଡ ଅଛନ୍ତି । ଏହି ଶୋ’ରେ ଟୋନି କକ୍କଡ ଓ ସୁମିତ ବ୍ୟାସଙ୍କୁ ବି ଦେଖିବାକୁ ମିଳିବ । ଶୋ’ ଝଲକ ଦିଖ ଲାଜାରେ ମାଧୁରୀ ଦିକ୍ଷିତ, ଫିଲ୍ମମେକର କରନ ଜୋହର ଓ ନୋରା ଫତେହି ନଜର ଆସିବେ । ଏହି ଶୋ’ ୨୦୧୭ରେ ଶେଷଥର ପ୍ରାଇଁ ପ୍ରସାରିତ ହୋଇଥିଲା । ଦୀର୍ଘ ୫ ବର୍ଷ ପରେ ଏହା ପୁଣିଥରେ ଫେରୁଛି । ସେଥିପାଇଁ ଦର୍ଶକେ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri