ଗୁରୁବାର ଦିଲ୍ଲୀରେ ହେବ ରାଜୁଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ବୁଧବାର ପରଲୋକ ଘଟିଛି। ସବୁବେଳେ ହସାଉଥିବା ବ୍ୟକ୍ତି ଆଜି ସମସ୍ତଙ୍କୁ କନ୍ଦାଇ ନିଜେ ଚିରନିଦ୍ରାରେ। ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାଜୁ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅଗଷ୍ଟ ୧୦ରେ ରାଜୁଙ୍କ ହୃଦ୍‌ଘାତ ହେବା ପରଠାରୁ ସେ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ବୁଧବାର ୫୮ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଏସ୍‌ପି ଅଧ୍ୟକ୍ଷ ଅଖିଳେଶ ଯାଦବ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଫିଲ୍ମ ଇଣ୍ଡଷ୍ଟ୍ରିର କଳାକାରମାନେ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଅନ୍ୟପଟେ ରାଜୁଙ୍କ ସ୍ତ୍ରୀ, ପୁଅ ଓ ଝିଅ ଦିଲ୍ଲୀ ଏମ୍ସରେ ପହଞ୍ଚିଛନ୍ତି। ଗୁରୁବାର ଦିଲ୍ଲୀରେ ରାଜୁଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୧୯୬୩ ଡିସେମ୍ବର ୨୫ରେ ଉତ୍ତରପ୍ରଦେଶ କାନପୁରରେ ରାଜୁ ଶ୍ରୀବାସ୍ତବ ଜନ୍ମଗ୍ରହଣ କରିଥିଲେ। ପିଲାବେଳେ ତାଙ୍କ ନାମ ସତ୍ୟ ପ୍ରକାଶ ଶ୍ରୀବାସ୍ତବ। ଛୋଟବେଳୁ ତାଙ୍କର ମିମିକ୍ରି ଓ କମେଡି କରିବାର ଆଗ୍ରହ ରହିଥିଲା। ପପୁଲାର କମେଡି ଶୋ’ ‘ଦ ଗ୍ରେଟ ଇଣ୍ଡିଆନ ଲାଫଟର୍‌ ଚ୍ୟାଲେଞ୍ଜ’ରୁ ତାଙ୍କୁ ଏକ ନୂଆ ପରିଚୟ ମିଳିଥିଲା। ଏହାପରେ ରାଜୁ ଲୋକଙ୍କୁ ହସାଇ ମନଜିଣିବା ସହ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ୧୯୯୩ରେ ରାଜୁ ଶିଖା ଶ୍ରୀବାସ୍ତବଙ୍କୁ ବିବାହ କରିଥିଲେ। ତାଙ୍କର ୨ସନ୍ତାନ ଅଛନ୍ତି। ୨୦୧୯ରେ ରାଜୁଙ୍କୁ ଉତ୍ତରପ୍ରଦେଶ ଫିଲ୍ମ ବିକାଶ ପରିଷଦର ଅଧ୍ୟକ୍ଷ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?