Posted inଫୁରସତ

ଆରାମଦାୟକ ‘ଡଗ୍‌ ବେଡ୍‌’

କିଛି କଥା ଶୁଣିବାକୁ ଅଜବ ଲାଗୁଥିଲେ ମଧ୍ୟ ଏହା ଶତ ପ୍ରତିଶତ ସତ ହୋଇଥାଏ। ଏବେ ମଣିଷମାନଙ୍କ ପାଇଁ ଏକ ବେଡ୍‌ ତିଆରି ହୋଇଛି। ଯାହାର ନାମ୍‌ ଡଗ୍‌ ବେଡ୍‌। ଏହା କୁକୁର ପରି ତିଆରି ହୋଇଛି।
ଏହା ଉପରେ କୁକୁରମାନଙ୍କ ବ୍ୟତୀତ ମାଲିକମାନେ ମଧ୍ୟ ଶୋଇପାରିବେ। ବ୍ରିଟିଶ କଲମ୍ବିଆ ବିଶ୍ୱବିଦ୍ୟାଳୟର ଛାତ୍ର ନେହା ସିଲଭରମ୍ୟାନ ଏବଂ ୟୁକି କିନୋଶିତାଙ୍କ ଦ୍ୱାରା ଏହି ବେଡ୍‌ ପ୍ରସ୍ତୁତ କରାଯାଇଛି।

ଲୋକଙ୍କ ନିଦ୍ରା ଅଭ୍ୟାସ ବିଷୟରେ ନିଶ୍ଚିତ ବହୁତ କିଛି ଶୁଣିଥିବେ। କେହି କେହି ତଳେ ଶୋଇବାକୁ ଭଲ ପାଉଥିବା ବେଳେ ଆଉ କେହି ଆରାମଦାୟକ ଗଦିରେ ଶୋଇବାକୁ ପସନ୍ଦ କରିଥାନ୍ତି। ତେବେ ଏହି ବିଶ୍ୱବିଦ୍ୟାଳୟର ଛାତ୍ରମାନେ ଡଗ୍‌ ବେଡ୍‌ ତିଆରି କରିଛନ୍ତି। ଏହା ଭଲ ନିଦ ହେବା ପାଇଁ ଡିଜାଇନ କରାଯାଇଛି। ଏହି ବେଡ୍‌ରେ ଶୋଇବା ସମୟରେ ଆପଣ କେବଳ ଆରାମ ପାଇବେ ନାହିଁ, ଶୋଇଥିବା ବ୍ୟକ୍ତି ସୁରକ୍ଷା, ଆରାମ ପାଇବା ସହିତ ଚାପ ଏବଂ ଚିନ୍ତାରୁ ମୁକ୍ତି ପାଇବେ। କୌତୂହଳର ବିଷୟ ହେଉଛି ଏହି ବେଡ୍‌କୁ ଲୋକମାନେ ପସନ୍ଦ କରିଛନ୍ତି।

ଏହି ବେଡ୍‌ରେ ତକିଆ ବି ରହିଛି। ଏହି ବିଳାସପୂର୍ଣ୍ଣ ବେଡ୍‌ ବଜାରକୁ ଆସିବା ପାଇଁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। ଏହାର ଦାମ୍‌ ବି ବହୁତ ମହଙ୍ଗା ରହିବ ବୋଲି ତିଆରି କରିଥିବା ଛାତ୍ର ଦ୍ୱୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?