ରାତିରେ ଆସୁଛି ନେଇଯାଉଛି ବାଛୁରୀଙ୍କ ଜୀବନ, ଗାଁରେ କୋକୁଆ ଭୟ

ପାପଡ଼ାହାଣ୍ଡି/ମଇଦଲପୁର,୮।୨: ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ୨ ଦିନ ମଧ୍ୟରେ ଗ୍ରାମର ୩ ଜଣଙ୍କ ଗୁହାଳରୁ ୩ଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଗ୍ରାମରେ ଭୟର ବାତାବରଣ। ସନ୍ଧ୍ୟା ହେଲେ ଘରର ତାଟିକବାଟ ଦେଇ ଲୋକେ ରହୁଛନ୍ତି। ଖବର ପାଇ ମଇଦଲପୁର ବନ ବିଭାଗର ଏକ ଟିମ୍‌ ସୋମବାର ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମଇଦଲପୁରରୁ ୮ କି.ମି. ଦୂରରେ ଗାଦବାକତରା ଗାଁ। ୬ ତାରିଖରେ ଗ୍ରାମର ନରହରି ହରିଜନଙ୍କ ବାଛୁରୀ ରାତିରେ ନିଖୋଜ ହୋଇଯାଇଥିଲା। ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିବା ପରେ ବାଛୁରୀର କିଛି ଦେହାବ ଶେଷ ପାଇଥିଲେ। ଲୋକେ ବାଘ ସନ୍ଦେହ କରି ବନ ବିଭାଗକୁ ଖବର ଦେଇଥିଲେ। ସେହିପରି ରବିବାର ରାତିରେ ହରିହର ସାହୁ ଓ ପୂର୍ଣ୍ଣ ନାୟକ ଏକ ଜରୁରୀ କାମରେ ତୁମ୍ଭର୍ଲା ଯାଇ ଫେରିବା ସମୟରେ ଗ୍ରାମ ନିକଟ ପୋଲ ପାଖରେ କଲରାପତରିଆ ବାଘ ବୁଲୁଥିବା ଦେଖିଥିଲେ। ଦୁହେଁ ଗ୍ରାମବାସୀଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ସମସ୍ତେ ଏକାଠି ହୋଇ ସେଠାରେ ପାଟି କରିବାରୁ ବାଘଟି ଜଙ୍ଗଲକୁ ଚାଲିଯାଇଥିଲା ବୋଲି ଗ୍ରାମବାସୀ କହିଛନ୍ତି। ଉକ୍ତ ରାତିରେ ଦୁର୍ଯ୍ୟୋଧନ ହରିଜନ ଓ ଲାଇବାନ ହରିଜନଙ୍କ ଗୋଟିଏ ଲେଖାଏ ବାଛୁରୀ ପୁଣି ଗୁହାଳରୁ ଉଭାନ ହୋଇଯାଇଥିଲା। ଖୋଜାଖୋଜି କରିବା ପରେ ସେମାନଙ୍କ ମୁଣ୍ଡ ଓ ଗୋଡ଼ ମିଳିଥିଲା। ଖବରପାଇ ଡାବୁଗାଁ ରେଞ୍ଜର ସୁମତି ଗମାଙ୍ଗ, ଫରେଷ୍ଟର ଉମାକାନ୍ତ ପଟ୍ଟନାୟକ ଓ କର୍ମଚାରୀ ଗାଁରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ବାଛୁରୀଗୁଡ଼ିକର ଦେହାବଶେଷକୁ ପୋତାଯାଇଛି। ଗାଁର ଏକ ଜମିରେ ବାଘର ପାଦଚି଼ହ୍ନ ଦେଖିବାକୁ ମିଳିଛି। ଲୋକେ ଆତଙ୍କିତ ନ ହେବାକୁ ଫରେଷ୍ଟର ଉମାକାନ୍ତ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri