କମାଣ୍ଡାଣ୍ଟ ଫାଗୁରାମଙ୍କ ଦେହାନ୍ତ: ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ

ରାଇରଙ୍ଗପୁର,୧୪।୩(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ସାନପାଖଣା ଗ୍ରାମର ସଶସ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଡା. ଫାଗୁରାମ ମାରାଣ୍ଡି(୫୪)ଙ୍କ ଶୁକ୍ରବାର ହୃଦ୍‌ରୋଗରେ ମୃତ୍ୟୁ ଘଟିଛି। ଆସାମ ରାଜ୍ୟର ରଙ୍ଗିଆ ଅଞ୍ଚଳରେ କାର୍ଯ୍ୟରତ ଥିଲେ। ଶନିବାର ତାଙ୍କ ମରଶରୀର ସେନାବାହିନୀ ପକ୍ଷରୁ ଏକ ସ୍ବତନ୍ତ୍ର ସୁସଜ୍ଜିତ ଗାଡ଼ିରେ ରାଇରଙ୍ଗପୁର ଥାନା ପରିସରକୁ ଅଣାଯାଇଥିଲା। ଏହାପରେ ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା ବେଳେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ପରେ ତାଙ୍କ ବାସଗୃହରେ ସ୍ତ୍ରୀ ଓ ଦୁଇପୁଅଙ୍କ ସମେତ ସମ୍ପର୍କୀୟମାନେ ଶେଷ ଦର୍ଶନ କରିଥିଲେ। ଶେଷରେ ନିଜ ଜନ୍ମମାଟିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉପଜିଲାପାଳ ଧର୍ମାନନ୍ଦ ବେହେରା, ତହସିଲଦାର ଯୋଗ ରଞ୍ଜନ ନାୟକ, ରାଇରଙ୍ଗପୁର ସର୍କଲ ଏସ୍‌ଡିପିଓ ଗାୟତ୍ରୀ ପ୍ରଧାନ, ଟାଉନ ଥାନାଧିକାରୀ ରେଣୁବାଳା ସାହୁଙ୍କ ସମେତ ବିଭିନ୍ନ ପଦାଧିକାରୀ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri