ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ: ଚିକିତ୍ସିତ ହେଲେ ୨୩୦୦ରୁ ଅଧିକ ରୋଗୀ

ପୁରୀ ଅଫିସ,୮।୧: ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ୧୦୧ତମ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଚାର୍ଯ୍ୟଦେବଙ୍କ ଇଚ୍ଛାନୁକ୍ରମେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଡାକ୍ତର ଏବଂ ୧୦୦ ଫାର୍ମାସିଷ୍ଟ ମିଶି ରୋଗୀଙ୍କ ଚିକିତ୍ସା କରିଥିଲେ। ପ୍ରାୟ ୨୩୦୦ରୁ ଅଧିକ ରୋଗୀ ଚିକିତ୍ସା ପାଇଁ ଏଠାକୁ ଆସିଥିଲେ। କେବଳ ଏତିକି ନୁହେଁ, ସିପିଆର ଏବଂ ଅନ୍ୟ ରୋଗୀଙ୍କ ପାଇଁ ଏକ ଅଡିଓ ଭିଜୁଆଲ ପ୍ରୋଗାମ ମଧ୍ୟ ଆୟୋଜନ କରାଯାଇଥିଲା। ମାଗଣାରେ ଏକ୍ସ-ରେ, ଇସିଜି, ରକ୍ତ ପରୀକ୍ଷା ଏବଂ ବୋନ ସ୍କାନ ମଧ୍ୟ କରାଯାଇଥିଲା।
ନ୍ୟୁରୋଲୋଜି ଡା.ଲୋଲୁପ କୁମାର ସାହୁ, ନ୍ୟୁରୋ ସର୍ଜନ ଡା. ସୁଶାନ୍ତ ଦାସ, ଅର୍ଥପେଡିକର ଡା ଜଗତଜିତ୍‌, ନ୍ୟୁରୋ ସର୍ଜନ ବିଶ୍ୱରଞ୍ଜନ ନାୟକ, ପୁଲମୋନାରୀ ମେଡିଶିନ ଡା. ଗୁରୁଦତ୍ତ ଦାଶ, ଶିଶୁ ରୋଗ ବିଶେଷଜ୍ଞ ଡା ହେମନ୍ତ ନାୟକ, ମେଡିସିନ୍‌ ଡା. ବେଣୁଧର ମୁଦୁଲି, ପ୍ଲାଷ୍ଟିକ ସର୍ଜରୀ ଡା.ଶ୍ୟାମସୁନ୍ଦର ବେହେରା, ସର୍ଜରୀ ଡା. ତୀର୍ଥସାରଥୀ ମହାନ୍ତି, ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଭାତ ଦାସ ପ୍ରମୁଖ ରୋଗୀ ମାନଙ୍କର ଚିକିତ୍ସା କରିଥିଲେ।
ରବିବାର ପୁରୀର ତାଳବଣିଆ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ଉତ୍କଳ ଆଗମନର ସ୍ମୃତି ମହୋତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ସୁନ୍ଦର ଓଡ଼ିଶା ଓ ଭାରତ ଗଠନ ଲାଗି ଏକାଠି ହୋଇ କାମ କରିବାକୁ ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri