ପୋଖରୀ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଦେବଗଡ଼, ୧୯।୪(ଡି.ଏନ୍‌.ଏ.): ଦେବଗଡ଼ ସହର କଲେଜ ରୋଡ ଶନି ମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଯେଉଁମାନେ ପୋଖରୀ ଜବରଦଖଲ କରିଛନ୍ତି, ସେମାନଙ୍କୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ହେଲେ ଉଚ୍ଛେଦ କାମ ବାରମ୍ବାର ଘୁଞ୍ଚିବା ପରେ ମଙ୍ଗଳବାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ମାତ୍ର ଖରା ପାଇଁ ଅଧାରୁ ଉଚ୍ଛେଦ ପ୍ରକ୍ରିୟା ବନ୍ଦ କରିଛି ପ୍ରଶାସନ। ପୂର୍ବରୁ ବାରମ୍ବାର ଉଚ୍ଛେଦ ପାଇଁ ପ୍ରଶାସନ ଆଗେଇ ଆସି ଶେଷ ମୂହୂର୍ତ୍ତରେ ପଛଘୁଞ୍ଚା ଦେଇଛି। ମଙ୍ଗଳବାର ଉଚ୍ଛେଦ ହେବ ବୋଲି ଲୋକେ ଆଶା କରିଥିଲେ। କିନ୍ତୁ ଖରା ଆଳକରି ପ୍ରଶାସନ ଅଧାରୁ ଜବରଦଖଲ ଉଚ୍ଛେଦ ବନ୍ଦ ରଖିଛି। ପୁଣି ଯେତିକି ଉଚ୍ଛେଦ କରାଯାଇଛି ସେଥିରେ ପୁଣି ପାତରଅନ୍ତର କରୁଛି ପ୍ରଶାସନ। ଜବରଦଖଲକାରୀମାନେ ପ୍ରଶାସନକୁ ବିଭିନ୍ନ କଥା କହି ଭକୁଆ କରୁଛନ୍ତି। କେହିକେହି ଜବରଦଖଲକାରୀ କୋର୍ଟ ଅର୍ଡ଼ର ଥିବା କହି ଜବରଦଖଲ ଉଚ୍ଛେଦ କରିବାକୁ ଦେଉନାହାନ୍ତି।
ପ୍ରକାଶ ଯେ, ୩୧ ଜାନୁୟାରୀରେ ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ ନିଜେ ପୋଖରୀ ଚାରିପଟେ ବୁଲି ଉନ୍ନତିକରଣ କାର୍ଯ୍ୟକୁ ତଦାରଖ କରିବା ସହିତ ଉକ୍ତ କାମକୁ ଶୀଘ୍ର ସାରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିପ୍ରତି ପ୍ରଶାସନ ତତ୍ପରତା ଦେଖାଇ ୩ ଫେବୃଆରୀରେ ପୋଖରୀ ଏରିଆ ଚିହ୍ନଟ କରିଥିଲା। ଚିହ୍ନଟ କରିବା ପାଇଁ ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର, ଦେବଗଡ଼ ଆରଆଇ ବିଭାଗୀୟ ଏସଡିଓ ଚିତ୍ତରଞ୍ଜନ ନାଏକ, ସ୍ଥାନୀୟ ବୁଦ୍ଧିଜୀବୀ ପହଞ୍ଚତ୍ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଥିଲେ। ଏଥିରୁ କିଛି ଏରିଆ ସ୍ଥାନୀୟ ଲୋକେ ଜବର ଦଖଲ କରିଥିବା ଜଣାପଡ଼ିଥିଲା। ପୂର୍ବତନ ପୌରାଧ୍ୟକ୍ଷାଙ୍କ ସମତେ ସ୍ଥାନୀୟ ଲୋକେ ପାଖାପାଖି ୨ରୁ ଊର୍ଦ୍ଧ୍ୱ ଏକର ଜବରଦଖଲ କରିଥିବାବେଳେ ଘର, ବଗିଚା, ପାଇଖାନା କରି ଦେଇଥିବା ଦେଖିବାକୁ ମିଳିଛି। ଗତ ମାର୍ଚ୍ଚ ୩ରେ ଉଚ୍ଛେଦ କରିବା ପାଇଁ ଆସିଥିଲେ କିନ୍ତୁ ଜିଲା ପ୍ରଶାସନ ଲୋକଙ୍କୁ ଭୂୟାଁ ବୁଲାଇ ଜେସିବି ମିଳିଲା ନାହିଁ କହି ଉଚ୍ଛେଦ ପ୍ରକ୍ରିୟା ବନ୍ଦ କରିଦେଇଥିଲେ। ମଙ୍ଗଳବାର ପୋଲିସ, ମାଜିଷ୍ଟ୍ରେଟ, ପୌର ପରିଷଦ ଅଧିକାରୀମାନେ ଆସିଥିଲେ କିନ୍ତୁ ଉଚ୍ଛେଦ କାମ ଅଧାରୁ ଖରା ବାହାନା ଦେଖାଇ ପୁଣି ଫେରି ଆସିଥିବା ଦେଖିବାକୁ ମିଳିଛି। ପ୍ରଶାସନ ତରଫରୁ ଉଚ୍ଛେଦ ପାଇଁ ଦୁଇ ଥର ଆସି ଫେରିଯିବା ଜନସାଧାରଣଙ୍କ ମନରେ ନାନା ପ୍ରଶ୍ନ ଉଠୁଛି। ଆଗାମୀ ଦିନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରା ନ ଯାଏ ତାହା ହେଲେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଜଣାପଡ଼ିଛି। ଏସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ରଙ୍କୁ ପଚାରିବାରୁ ଖରା ପାଇଁ ବନ୍ଦ କରାଗଲା। ପୁଣି କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri