କମେଣ୍ଟ ମାରୁଥିଲେ ଯୁବକ, ଲଣ୍ଡା କରି ଗାଁରେ ବୁଲାଇଲେ ଲୋକେ

ଅନୁଗୋଳ ଅଫିସ, ୨୮।୧୦(ବ୍ୟୁରୋ): କମେଣ୍ଟ ମାରିବାରୁ ଯୁବକଙ୍କୁ ଲଣ୍ଡା କରି ଗାଁରେ ବୁଲାଇଲେ ଲୋକେ। ଏଭଳି ଏକ ଘଟଣା ଘଟିଛି ଅନୁଗୋଳ ଜିଲା ତାଳଚେର ଅଞ୍ଚଳରେ।
ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳର ଯୁବତୀମାନେ କଲେଜକୁ ଯାଉଥିବା ବେଳେ ସ୍ଥାନୀୟ ଅଞ୍ଚଳର ୩ ଜଣ ଯୁବକ ସେମାନଙ୍କୁ ପ୍ରତିଦିନ କମେଣ୍ଟ ମାରି ଅଶ୍ଳୀଳ ଇଙ୍ଗିତ କରୁଥିଲେ। ଏହି କଥା ଯୁବତୀମାନେ ଗାଁରେ କହିବା ପରେ ଗାଁ ଲୋକେ ଏକାଠି ହୋଇ ଶୁକ୍ରବାର ଛକି ରହିଥିଲେ । ଉକ୍ତ ୩ ଜଣ ଯୁବକ ଶୁକ୍ରବାର ପୁଣି ଯୁବତୀମାନଙ୍କୁ କମେଣ୍ଟ କରିବା ବେଳେ ଗାଁ ଲୋକେ ସେମାନଙ୍କୁ ଧରିବାକୁ ଚେଷ୍ଟା କରିଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣ ଖସି ପଳାଇବାକୁ ସକ୍ଷମ ହୋଇଥିବା ବେଳେ ଜଣଙ୍କୁ କାବୁ କରିନେଇଥିଲେ ଗ୍ରାମବାସୀ । ଯୁବକଙ୍କୁ ଧରିବା ପରେ ଉତ୍ତମ ମଧ୍ୟମ ଦେଇଥିଲେ। ପରେ ସମ୍ପୃକ୍ତ ଯୁବକଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇଥିଲେ। ଯୁବକଙ୍କୁ କାଙ୍ଗାରୁ କୋର୍ଟରେ ଦଣ୍ଡିତ ଖବର ପାଇ ତାଳଚେର ପୋଲିସ ଗାଁରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଥିଲା । ପରେ ଅନ୍ୟ ୨ ଯୁବକଙ୍କୁ ମଧ୍ୟ ଆଣି ଥାନାକୁ ଆଣି ଅଟକ ରଖାଯାଇଛି । ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri