କମର୍ସିଆଲ ଗ୍ୟାସ୍‌ ମୂଲ୍ୟ ୩୬ ଟଙ୍କା ହ୍ରାସ

ଭୁବନେଶ୍ୱର,୨/୮: କ୍ରମାଗତ ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ପାଉଛି। ତା’ର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି। ବିଶେଷକରି ଗତ କିଛି ମାସ ହେବ ଦେଶରେ ତୈଳ ଉତ୍ପାଦଗୁଡ଼ିକର ମୂଲ୍ୟ ପରିବର୍ତ୍ତନ ହେଉଛି। ଏପରିକି କମର୍ସିଆଲ ଗ୍ୟାସ୍‌ ଏବଂ ବିମାନ ଇନ୍ଧନ ମୂଲ୍ୟ ହ୍ରାସ ପାଇଥିବା ବେଳେ ଘରୋଇ ଗ୍ୟାସ୍‌ ଏବଂ ପେଟ୍ରୋଲ- ଡିଜେଲର ମୂଲ୍ୟ ସ୍ଥିର ରହିଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀର ସୂଚନା ଅନୁଯାୟୀ ଅଗଷ୍ଟ୧ ତାରିଖ ସୋମବାରଠାରୁ କମର୍ସିଆଲ ଗ୍ୟାସ୍‌ (୧୯ କି.ଗ୍ରା.) ଏଲ୍‌ପିଜି ସିଲିଣ୍ଡର ଉପରେ ୩୬ ଟଙ୍କା ହ୍ରାସ ପାଇଥିବା ବେଳେ ବିମାନ ଇନ୍ଧନର ମୂଲ୍ୟ ମଧ୍ୟ ୧୨% ହ୍ରାସ ଘଟିଛି। ଏହି ଦର ହ୍ରାସ ଯୋଗୁ ନୂଆଦିଲ୍ଲୀରେ କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ୨୦୧୨.୫୦ ଟଙ୍କା ପରିବର୍ତ୍ତେ ୧,୯୭୬.୫୦ ଟଙ୍କାରେ ବିକ୍ରୟ କରାଯିବ। ସେହିପରି ଦେଶର ଅନ୍ୟ ପ୍ରମୁଖ ମହାନଗର ମୁମ୍ବାଇରେ ୧୯ କେଜି ସିଲିଣ୍ଡରର ଦର ୧୯୭୨.୫୦ ଟଙ୍କା ବଦଳରେ ୧୯୩୬.୫୦ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି କୋଲକାତାରେ ଏହି ସିଲିଣ୍ଡର ଦର ୨୧୩୨ ଟଙ୍କା ପରିବର୍ତ୍ତେ ୨୦୯୫.୫୦ ଟଙ୍କାରେ ଏବଂ ଚେନ୍ନାଇରେ ୨୦୪୧ ଟଙ୍କାରେ ବିକ୍ରି କରାଯିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଏଟିଏଫ୍‌ର ମୂଲ୍ୟ କିଲୋଲିଟର ପିଛା ୧୬,୨୩୨.୩୬ କିମ୍ବା ୧୧.୭୫% ହ୍ରାସ ପାଇ ୧୨୧,୯୧୫.୫୭ ଟଙ୍କାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri