ହ୍ରାସ ପାଇଲା କମର୍ସିଆଲ ଗ୍ୟାସ୍‌ ଦର

ଭୁବନେଶ୍ୱର,୨।୧: ନୂତନ ବର୍ଷ ଆରମ୍ଭରୁ ଉପଭୋକ୍ତାଙ୍କ ପାଇଁ ଭଲ ଖବର ଇନ୍ଧନ ବିପଣନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଦିଆଯାଇଛି। ୧୯ କିଲୋ ବିଶିଷ୍ଟ କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର ଉପରେ ୧୦୨.୫୦ ଟଙ୍କା ହ୍ରାସ କରାଯାଇଛିି। ଫଳରେ କମ୍ପାନୀ ପକ୍ଷରୁ ହ୍ରାସ କରାଯାଇଥିବା ଦର ୨୦୨୨ ଜାନୁୟାରୀ ୧ ଠାରୁ ଲାଗୁ ହେବ ବୋଲି ସୂଚନା ମିଳିଛି। ଏହି ଦର ହ୍ରାସ ଯୋଗୁ ଦିଲ୍ଲୀରେ ୧୯ କିଲୋ ବିଶିଷ୍ଟ କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ୧୯୯୮.୫୦ ଟଙ୍କାରେ ବିକ୍ରି ହେବ ବୋଲି ଜଣାପଡ଼ିଛି। ଗତ ଡିସେମ୍ବର ୧ରେ ୧୯ କିଲୋ ସିଲିଣ୍ଡର ମୂଲ୍ୟ ୧୦୦ ଟଙ୍କା ବୃଦ୍ଧି କରାଯାଇଥିଲା। ପୂର୍ବରୁ ଦିଲ୍ଲୀରେ ଏହାର ଦର ୨,୧୦୧ ଟଙ୍କା ରହିଥିଲା। ସେହିଭଳି ଭୁବନେଶ୍ୱରରେ ମଧ୍ୟ ଏହି ସିଲିଣ୍ଡର ଉପରେ ୧୦୧.୫୦ ଟଙ୍କା ହ୍ରାସ ହୋଇ ୨୧୦୧.୫୦ ଟଙ୍କାରେ ରହିଛି। ଅପରପକ୍ଷରେ ଘରୋଇ ବ୍ୟବହାର ପାଇଁ ଥିବା ୧୪.୨ କିଲୋ, ୫ କିଲୋ ଏବଂ ୧୦ କିଲୋର ସିଲିଣ୍ଡର ମୂଲ୍ୟ ପୂର୍ବପରି ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri