Posted inଜାତୀୟ

ଦିଲ୍ଲୀ ବାୟୁ ପ୍ରଦୂଷଣ ରୋକିବାରେ କମିଶନ ବିଫଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ା୯: ବାୟୁ ମାନ ଉପରେ ନଜର ରଖିବା ଏବଂ ଜାତୀୟ ରାଜଧାନୀ ଅଞ୍ଚଳରେ ପ୍ରଦୂଷଣ ରୋକିବା ଦିଗରେ ପର୍ଯ୍ୟାପ୍ତ ପଦକ୍ଷେପ ନିଆଯାଉ ନ ଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ବାୟୁ ମାନ ପରିଚାଳନା କମିଶନ (ସିଏକ୍ୟୁଏମ୍‌)କୁ ଭର୍ତ୍ସନା କରିଛନ୍ତି। ପଡୋଶୀ ରାଜ୍ୟ ପଞ୍ଜାବ ଓ ହରିୟାଣାରେ ନଡ଼ାପୋଡ଼ି ଯୋଗୁ ଦିଲ୍ଲୀ ବାୟୁ ଅଧିକ ପ୍ରଦୂଷିତ ହେଉଥିବା ବେଳେ ଏହାକୁ ରୋକିବା ଦିଗରେ ସିଏକ୍ୟୁଏମ୍‌ ବିଫଳ ହୋଇଛନ୍ତି।

ଏଦିଗରେ କମିଶନ ଅଧିକ ସକ୍ରିୟତାର ସହ ପଦକ୍ଷେପ ନେବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଅଭୟ ଏସ୍‌. ଓକା ଏବଂ ଅଗଷ୍ଟିନ୍‌ ଜର୍ଜ ମସିହଙ୍କ ଖଣ୍ଡପୀଠ କହିଛନ୍ତି। ପ୍ରଦୂଷଣ ରୋକିବା ଦିଗରେ କମିଶନଙ୍କ ପଦକ୍ଷେପ ଉପରେ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିବା ସହ ଜାତୀୟ ରାଜଧାନୀ ଓ ଆଖପାଖ ଅଞ୍ଚଳର ବାୟୁ ପ୍ରଦୂଷଣ ମାନ ପରିଚାଳନା ଆଇନ ଅନୁଯାୟୀ ସିଏକ୍ୟୁଏମ୍‌ ନିଜ କ୍ଷମତାର ଅଧିକ ପ୍ରୟୋଗ କରିବା ଆବଶ୍ୟକ ବୋଲି କହିଛନ୍ତି।

ତୃଣମୂଳସ୍ତରରେ ନଡ଼ାପୋଡ଼ିର ବିକଳ୍ପ ଉପକରଣ ବ୍ୟବହାରକୁ ସୁନିଶ୍ଚିତ କରିବା ଦିଗରେ ପଦକ୍ଷେପ ନିଆଯିବା ଜରୁରୀ। କେନ୍ଦ୍ର ସରକାର ନଡ଼ାପୋଡ଼ି ସମସ୍ୟା ଦୂର ପାଇଁ ଯୋଗାଇ ଦେଉଥିବା ଉପକରଣ ବାସ୍ତବରେ ଚାଷୀମାନେ ବ୍ୟବହାର କରୁଛନ୍ତି କି ନାହିଁ, ସେ ନେଇ କମିଶନ ସୁନିଶ୍ଚିତ ହେବା ଉଚିତ। ଅକ୍ଟୋବର ୩ରେ ମାମଲାର ପରବର୍ତ୍ତୀ ଶୁଣାଣି ଥିବାରୁ କମିଶନ ଏହି ସମୟ ମଧ୍ୟରେ ଉତ୍ତମ ଅନୁପାଳନ ରିପୋର୍ଟ ଦାଖଲ କରିବା ପାଇଁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri