ସୂର୍ଯ୍ୟକିରଣ ଶୋ’ ପାଇଁ ସ୍ଥିତି ପରଖିଲେ କମିଶନର, ଡିସିପି

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୬ ତାରିଖରେ କୁଆଖାଇ ନଦୀକୂଳ ଜରିପାଟଣା ନିକଟସ୍ଥ ବାଲିଯାତ୍ରା ପଡ଼ିଆରେ ହେବାକୁ ଥିବା ସୂର୍ଯ୍ୟକିରଣ ଶୋ’ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ସୋମବାର ଗ୍ରାଉଣ୍ଡରେ ପୋଲିସ କମିଶନର ଏବଂ ଡିସିପି ସ୍ଥିତି ପରଖିଛନ୍ତି। ପ୍ରଦର୍ଶନୀ ସମୟରେ ସୁରକ୍ଷା ଏବଂ ଟ୍ରାଫିକ୍‌ ବ୍ୟବସ୍ଥା କିପରି ହେବ ସେନେଇ ପ୍ରସ୍ତୁତି ମଧ୍ୟ ଚାଲିଛି।
ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ଆୟୋଜିତ ହେବାକୁ ଥିବା ବାୟୁସେନାର ସୂର୍ଯ୍ୟକିରଣ ଏୟାର ଶୋ’ ପାଇଁ ଏନ୍‌-୩୨ ବିମାନରେ ଇଣ୍ଡକ୍ସନ ଟିମ୍‌ ଭୁବନେଶ୍ୱର ଆସିଥିବାବେଳେ ୧୩ ତାରିଖରେ ୧୧ଟି ହକ୍‌ ବିମାନ ଆସିବ। ଏଥିରେ ୯ଟି ହକ୍‌ ବିମାନ ଅଂଶଗ୍ରହଣ କରିବ ଓ ୨ଟି ଷ୍ଟାଣ୍ଡବାଇ ରହିବ।
ଦର୍ଶକ ୪୫ ମିନିଟ୍‌ର ଏହି ଚିତ୍ତାକର୍ଷକ ଶୋ’ ଦେଖିବେ। ପାଣିପାଗକୁ ଦୃଷ୍ଟିରେ ରଖି ଯେକୌଣସି ଗୋଟିଏ ସମୟରେ ଏହି ଶୋ’ କରାଯିବ। ୪୫ ମିନିଟ୍‌ର ଏହି ଶୋ’ ପାଇଁ ପୂର୍ବାହ୍ନ ୧୦ରୁ ୧୧ଟା ଏବଂ ଅପରାହ୍ନ ୪ଟା ୧୫ରୁ ୫ଟା ୧୫ ସମୟ ଧାର୍ଯ୍ୟ କରାଯାଇଛି। ଏୟାର ଶୋ’ରେ ୮୦ରୁ ୯୦ ଜଣ ସଦସ୍ୟ ସାମିଲ ହେବେ। ଏଥିପାଇଁ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ଅନୁମତି ଦେବ। ଏହି ଶୋ’ ଦେଖିବା ପାଇଁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଯିବାର କାର୍ଯ୍ୟକ୍ରମ ରହିଛି।
ହାଇଟେକ୍‌ ଛକରୁ ଜରିପାଟଣା ରାସ୍ତାରେ କିଭଳି ଜାମ୍‌ ନ ହେବ ସେନେଇ ଟ୍ରାଫିକ୍‌ ପୋଲିସ ନଜର ରଖିବ। କୁଆଖାଇ ନଦୀପଠା ଓ ଅପର ପଟ ସୁରକ୍ଷା ଲାଗି ପୋଲିସ କର୍ମଚାରୀ ମୁତୟନ ହେବେ। ସେହିଭଳି ପୂର୍ତ୍ତ ବିଭାଗ ମାଟି ପକାଇ ସମତୁଲ କରିବା ସହ ପ୍ରସ୍ତୁତି ଜାରି ରଖିଛି। ଏୟାର ଶୋ’ ପାଇଁ ୧୫ ତାରିଖରେ ହେବ ଅଭ୍ୟାସ। ଭୁବନେଶ୍ବରରେ ଏପରି ଶୋ’ ହେଉଥିବାରୁ ଜରିପାଟଣା ଅଞ୍ଚଳ ଲୋକଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଆସନ୍ତା ୧୮ ତାରିଖରେ ପୁରୀ ବେଳାଭୂମିରେ ଏହି ଶୋ’ ହେବ। ଭୁବନେଶ୍ବର, ପୁରୀ ପରେ ଆସାମର ଗୁଆହାଟୀରେ ମଧ୍ୟ ଏହି ଶୋ’ ଆୟୋଜନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri