୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବନ୍ଧୁକ ଦାଖଲ କରିବାକୁ ଲୋକଙ୍କୁ କମିଶନର୍ ପୋଲିସର ନିର୍ଦ୍ଦେଶ

ଭୁବନେଶ୍ୱର,୧୨।୨: ସାଧାରଣ ନିର୍ବାଚନ ୨୦୨୪ ପୂର୍ବରୁ ପୋଲିସ ନିକଟରେ ବନ୍ଧୁକ ଦାଖଲ କରିବାକୁ ଭୁବନେଶ୍ୱର ଏବଂ କଟକ କମିଶନରେଟ ପୋଲିସ ଲୋକଁକଆନଙ୍କୁ ନିର୍ଦ୍ଦେଶ ଦେଇଛି। ନିର୍ବାଚନ ପୂର୍ବରୁ ଅସ୍ତ୍ରଶସ୍ତ୍ର ଦାଖଲ କରିବାକୁ ସ୍ପଷ୍ଟ ଭାବେ କୁହାଯାଇଛି। ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି କଟକ ଭୁବନେଶ୍ୱର ପୋଲିସ କମିଶନର ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି।

ନିର୍ବାଚନ ସମୟରେ ଲୋକମାନଙ୍କ ଲାଇସେନ୍ସପ୍ରାପ୍ତ ବନ୍ଧୁକର ଅପବ୍ୟବହାର ନହେବାକୁ ଏହି ପଦକ୍ଷେପ ନେଇଛି। ତେଣୁ ବନ୍ଧୁକ ଲାଇସେନ୍ସ ନେଇଥିବା ବ୍ୟକ୍ତିଙ୍କୁ ଆସନ୍ତା ୨୫ ଦିନ ମଧ୍ୟରେ ନିକଟସ୍ଥ ପୋଲିସ ଷ୍ଟେସନରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଯେଉଁମାନେ ଅବଧି ମଧ୍ୟରେ ଦାଖଲ କରିବାରେ ବିଫଳ ହେବେ ସେମାନଙ୍କ ବନ୍ଧୁକ ସେମାନଙ୍କର ଲାଇସେନ୍ସ ବାତିଲ ହେବ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯାହାର ଲାଇସେନ୍ସ ମିଆଦ ପୂର୍ଣ୍ଣ ହୋଇଛି ସେମାନଙ୍କୁ ମଧ୍ୟ କୌଣସି ପୋଲିସ ଷ୍ଟେସନରେ ଅସ୍ତ୍ରଶସ୍ତ୍ର ଦାଖଲ କରିବାକୁ ପଡ଼ିବ ବୋଲି କୁହାଯାଇଛି।

ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୬ ବର୍ଷ ମଧ୍ୟରେ ୮୬ ଜଣ ଲୋକ ରାଜଧାନୀରୁ ବନ୍ଧୁକ ଲାଇସେନ୍ସ ନେଇଛନ୍ତି। ମତଦାନକୁ ଉତ୍ତେଜନା ଏବଂ ହିଂସା ମୁକ୍ତ କରିବା ପାଇଁ ବନ୍ଧୁକ ପୋଲିସ ନିକଟରେ ଦାଖଲ କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?