ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ

ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ବିଧାନସଭା ଅଧିବେଶନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି।

ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୋମବାର ପୋଲିସ ଏବଂ ଅନ୍ୟାନ୍ୟ ବିଭାଗ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ସେ ଉକ୍ତଦିନ ରାଜଭବନରେ ରାତ୍ରି ଯାପନ କରିବେ। ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନବନ୍ଦର ପରିସରରେ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କଠୁ ଆରମ୍ଭ କରି ବିଧାନସଭା ବାହାରେ ପୋଲିସ କର୍ମଚାରୀଙ୍କ ମିଳିତ ସମନ୍ବୟରେ ସୁରକ୍ଷା ବ୍ୟବସ୍ଥା କରାଯିବ। ବିମାନବନ୍ଦରଠାରୁ ରାଜଭବନ ଓ ସେଠାରୁ ବିଧାନସଭା ପର୍ଯନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ କରାଯିବ। ତେଣୁ ମିଳିତ ସମନ୍ବୟରେ ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ କରିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌, ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ, ଓଡ଼ିଶା ପୋଲିସ, ଅଗ୍ନିଶମ ବିଭାଗ, ଖୋର୍ଦ୍ଧା ଜିଲା ପ୍ରଶାସନ, ବିଦ୍ୟୁତ୍‌, ପିଡବ୍ଲ୍ୟୁଡି ଓ ଟ୍ରାଫିକ ବିଭାଗ, କ୍ୟାଟରିଂ ସଂସ୍ଥାର କର୍ମଚାରୀମାନେ ବୈଠକରେ ଉପସ୍ଥିତ ଥିଲେ। ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ, ଟ୍ରାଫିକ ଡିସିପି, ହେଡ୍‌କ୍ବାର୍ଟର ଡିସିପିଙ୍କ ସହ ସିଆଇଏସ୍‌ଏଫ୍‌ ଡିଆଇଜି ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନା କରିଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୨୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ବ୍ଲ୍ୟୁ-ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri