ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି ପ୍ରକାରର ନିର୍ଯ୍ୟାତନାକୁ ମୁକାବିଲା କରିବ।

ଏସିପି ଅଞ୍ଜନା ଟୁଡୁଙ୍କ ନେତୃତ୍ୱରେ ଟିମ୍ ଏଚ୍ଆର୍ (ହାଇ ଏଫିସିଏନ୍ସି ରେସପନ୍ସ) ଦୂର୍ବତ୍ତମାନଙ୍କୁ ଦମନ କରିବା ପାଇଁ ଦିନରାତି କାର୍ଯ୍ୟ କରୁଛି, ଯେଉଁମାନେ ମହିଳାଙ୍କ ସୁରକ୍ଷା ପ୍ରତି କୌଣସି ପ୍ରକାର ବିପଦ ସୃଷ୍ଟି କରୁଛନ୍ତି, ବିଶେଷ କରି ବିଳମ୍ବିତ ରାତିରେ କାମରୁ ଫେରୁଛନ୍ତି।

ଏପର୍ଯ୍ୟନ୍ତ ଏହି ଟିମ୍ 6ଟି ମାମଲା ରୁଜୁ କରିଛି ଏବଂ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।

ଏହି ଟିମ୍ ଦିନରାତି ୨୪ ଘଣ୍ଟା ଉପଲବ୍ଧ ରହିବ ଏବଂ ଅଭିଯୋଗକାରୀଙ୍କ ଦ୍ୱାରା ଉଲ୍ଲେଖ କରାଯାଇଥିବା ସ୍ଥାନରେ ତୁରନ୍ତ ପହଞ୍ଚେ। କୌଣସି ପ୍ରକାରର ଅସଦାଚରଣ, ନିର୍ୟ୍ୟାତନା କିମ୍ବା ଯୌନ ଆକ୍ଷେପ ଶିକାର ହୋଇଥିବା ମହିଳାମାନେ ୬୩୭୨୫୦୦୪୦୦ କିମ୍ବା ୧୧୨ କୁ କଲ କରି ଅଭିଯୋଗ କରିପାରିବେ। ଅଧିକନ୍ତୁ, କଲ୍ କରୁଥିବା ବ୍ୟକ୍ତିଙ୍କ ପରିଚୟ ମଧ୍ୟ ପ୍ରକାଶ ପାଇବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri