କମିଶନରେଟ୍‌ ପୋଲିସର ଗଣେଶ ପୂଜା ପ୍ରସ୍ତୁତି ବୈଠକ

କଟକ ଅଫିସ,୧୭ା୮: କଟକ ସହରର ବିଭିନ୍ନ ମଣ୍ଡପରେ ଆସନ୍ତା ୩୧ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ଏହାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ କଟକ ସାରଳା ଭବନଠାରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥର କୋଭିଡ୍‌ କଟକଣା ନଥିବାରୁ ୨୦୧୯ ମସିହା ଭଳି ପୂଜା ଅନୁଷ୍ଠିତ ହେବ। କଟକ ସହରର ପ୍ରାୟ ୧୫୦୦ ପୂଜା ମଣ୍ଡପରେ ଧୁମ୍‌ଧାମ୍‌ରେ ଗଣେଶ ପୂଜା ହୋଇଥାଏ। ପୂଜା ପାଇଁ ଥାନାରୁ ଲାଇସେନ୍ସ ନେବା ପାଇଁ କୁହାଯାଇଛି। ଭସାଣିବେଳେ ସହରରେ ଟ୍ରାଫିକ ଜାମ୍‌ ପରିସ୍ଥିତି ସୃଷ୍ଟି ହୋଇଥାଏ। ଏଥିରୁ ସହରବାସୀ ବର୍ତ୍ତିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୂଜା ପରେ ଲଗାତାର ୩ଟି ରବିବାରରେ ଭସାଣି ଉତ୍ସବ ଶେଷ କରିବାକୁ ପୋଲିସ ପ୍ରଶାସନ ସର୍ବଦା ଗୁରୁତ୍ୱ ଦେଇଆସିଛି । ତେବେ ଏଥର ପ୍ରଥମ ଓ ଦ୍ୱିତୀୟ ରବିବାର ସେପ୍ଟେମ୍ବର ୪ ଓ ୧୧ ତାରିଖରେ ପଡୁଥିବାବେଳେ ତୃତୀୟ ରବିବାରରେ ଘାଣ୍ଟ ଗଣେଶ ପୂଜା ପଡୁଛି। ସହରର ୧୬ରୁ ଊର୍ଦ୍ଧ୍ୱ ମଣ୍ଡପରେ ଘାଣ୍ଟ ଗଣେଶ ପୂଜା ହୋଇଥାଏ। ତୃତୀୟ ରବିବାର ଘାଣ୍ଟ ପୂଜା ପଡୁଥିବାରୁ ଉକ୍ତ ଦିନ ପୂଜା ଶେଷ କରି ଭସାଣି କରିବା ନିମନ୍ତେ ପୂଜା ମଣ୍ଡପଗୁଡ଼ିକ ବୈଠକରେ ଅସହମତ ହୋଇଥିଲେ। ପରବର୍ତ୍ତୀ ରବିବାର ଅର୍ଥାତ୍‌ ୨୫ ତାରିଖରେ ଭସାଣି ନିମନ୍ତେ ଅନୁମତି ଦେବାକୁ କର୍ମକର୍ତ୍ତାମାନେ ପୋଲିସ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏ ସମ୍ପର୍କରେ ଆଲୋଚନା କରାଯାଇ ଖୁବ୍‌ଶୀଘ୍ର ଜଣାଇ ଦିଆଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଥିଲା। କଟକ ମହାନଗର ପୂଜା କମିଟି ସମ୍ପାଦକ ତଥା ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ ଇଂ. ମହମ୍ମଦ ମୋକିମ, ସୌଭିକ୍‌ ବିଶ୍ୱାଳ, ଡିସିପି ପିନାକ ମିଶ୍ର, କଟକ ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର କୁମାର ସାହୁ, ସମ୍ପାଦକ ଭିକାରୀ ଦାସ, କଟକ ପୂର୍ବାଞ୍ଚଳ ଶାନ୍ତି କମିଟି ସଭାପତି ବିଜୟ ସାହୁ ଓ ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁଙ୍କ ସମେତ ବିଭିନ୍ନ ପୂଜା ମଣ୍ଡପର କର୍ମକର୍ତ୍ତା ଓ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri