ବାୱରିଆ ଗ୍ୟାଙ୍ଗର ରହସ୍ୟ ଖୋଲିବ କମିଶନରେଟ ପୋଲିସ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଓଡିଶା ସମେତ ବହୁ ରାଜ୍ୟରେ ଲୁଟ୍‌ପାଟ୍‌ କରି ଆତଙ୍କ ଖେଳାଉଥିବା ଉତ୍ତରପ୍ରଦେଶର ବାୱରିଆ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତ ଚଳାଇଛି କମିଶନରେଟ ପୋଲିସ। ଏହି ଗ୍ୟାଙ୍ଗ୍‌ର ନେଟ୍‌ଓ୍ବର୍କ କେଉଁଆଡେ ଲମ୍ବିଛି, ଏଥିରେ କେତେଜଣ ସଦସ୍ୟ ରହିଛନ୍ତି ଓ ଏଯାଏ କେତେସବୁ ଅପରାଧ ଘଟାଇଛନ୍ତି, ଏଭଳି ଅନେକ ତଥ୍ୟ ହାସଲ କରିବାକୁ ପୋଲିସ ଉଦ୍ୟମ ଚଳାଇଛି। ଏନେଇ ନିକଟରେ ଗିରଫ ହୋଇ ଜେଲ୍‌ରେ ଥିବା ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ମାରାଥନ ଜେରା କରିବାକୁ ଯୋଜନା ଚାଲିଛି। ମିଳିଥିବା ସୂଚନାନୁସାରେ, ଗ୍ୟାଙ୍ଗ୍‌ର ରହସ୍ୟ ଉନ୍ମୋଚନ ପାଇଁ କମିଶନରେଟ ପୋଲିସ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିବାକୁ ସୋମବାର କୋର୍ଟରେ ଆବେଦନ କରିବ। ଏହାସହ ରାଜ୍ୟ ବାହାରକୁ ଯିବା ପାଇଁ ୨ଟି ଟିମ୍‌ ଗଠନ କରାଯାଇଛି। ୟୁପି ଓ ଦିଲ୍ଲୀରେ ଯାଞ୍ଚ କରିବ ସ୍ପେଶାଲ ଟିମ୍‌। ଅପରପକ୍ଷେ କମିଶନରେଟ ପୋଲିସ ଝାରପଡା ଜେଲକୁ ଯାଇ ଅଭିଯୁକ୍ତଙ୍କର ଟିଆଇ ପରେଡ କରିଥିଲା। ଟିଆଇ ପରେଡରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରିଛନ୍ତି ଲୁଟ୍‌ର ଶିକାର ହୋଇଥିବା ମହିଳା।
ଉଲ୍ଲେଖଯୋଗ୍ୟ, ରାଜ୍ୟର ବିଭିନ୍ନ ଜିଲାରେ ଲୁଟ୍‌ପାଟ କରି ଆତଙ୍କ ଖେଳାଉଥିବା ବାୱରିୟା ଗ୍ୟାଙ୍ଗକୁ ଧରିବାକୁ କମିଶନରେଟ ପୋଲିସ ଜାଲ ବିଛାଇଥିବାବେଳେ ପୁରୀରୁ ୪ଜଣଙ୍କୁ ଧରିବାରେ ସଫଳ ହୋଇଥିଲା। ସେମାନେ ହେଲେ ଉତ୍ତରପ୍ରଦେଶ ସାମ୍‌ଲି ଜିଲା ଝିଂଝାଣା ଥାନା ଅଞ୍ଚଳର ପ୍ରଦୀପ କୁମାର, ବିକାଶ, ରବି କୁମାର ଓ ବାବୁ ରାମ୍‌। ସେମାନଙ୍କଠାରୁ ୧୬ଟି ସୁନାଚେନ୍‌, ୨ଟି ବାଇକ, ୨ଟି ମୋବାଇଲ, ଅନ୍ୟାନ୍ୟ କାଗଜପତ୍ର ଜବତ କରିଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri