ଆଇସିୟୁ, ଡାକ୍ତର ନିଯୁକ୍ତି ପାଇଁ ପ୍ରତିଶ୍ରୁତି

ରାଉରକେଲା ଅଫିସ,୧୯।୫: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ୪ ଜଣିଆ ଟିମ୍‌ ଗୁରୁବାର ରାଉରକେଲା ସରକାରୀ ହସ୍ପିଟାଲ (ଆରଜିଏଚ୍‌)କୁ ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ ଟିମ୍‌ ପୂର୍ବାହ୍ନ ୧୦ଟାରେ ଡାକ୍ତରଖାନାରେ ପହଞ୍ଚତ୍ବା ପରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସେମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ପରେ ଆରଜିଏଚ୍‌ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ସ୍ବାଇଁ ଓ ଅନ୍ୟ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଡାକ୍ତରଖାନା ଅଧିବେଶନ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡ. ବି. କେ. ମହାପାତ୍ର, ଅତିରିକ୍ତ ଡିଏମ୍‌ଟି ଡ. ବ୍ରଜକିଶୋର ଦାସ, ଓଏସ୍‌ଏମ୍‌ସିଏଲର ଜେନେରାଲ ମ୍ୟାନେଜର ଡ. ରଣଜିତ ସିଂ, ଏନ୍‌ଏଚ୍‌ଏମ୍‌ର ପ୍ରୋଗାମ ମ୍ୟାନେଜର ଆଦିତ୍ୟ ପ୍ରଧାନ ଓ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼ ଜିଲାର ୪ଟି ନିର୍ବାଚନ ମଣ୍ଡଳୀ ସହ ପଡୋଶୀ ଝାଡ଼ଖଣ୍ଡର ରୋଗୀମାନେ ରାଉରକେଲା ସରକାରୀ ହସ୍ପିଟାଲ ଉପରେ ନିର୍ଭର କରିଥାନ୍ତି। ତେଣୁ ଏହି ଡାକ୍ତରଖାନାରେ ଥିବା ନାନା ସମସ୍ୟାର ସମାଧାନ ନେଇ ବିଧାୟକ ନାୟକ ସ୍ବାସ୍ଥ୍ୟ ବିଭାଗର ଟିମ୍‌କୁ ଅବଗତ କରିଥିଲେ। ପରେ ଏହି ଟିମ୍‌ ଆରଜିଏଚର ବିଭିନ୍ନ ୟୁନିଟ୍‌ ଗୁଡିକୁ ବୁଲି ଦେଖିଥିଲେ। ଏହାସହ ଡାକ୍ତରଖାନାରେ ପରିମଳ ବ୍ୟବସ୍ଥା, ପାର୍କିଂ ସ୍ଥଳ, ପାନୀୟ ଜଳ, ବିଦ୍ୟୁତ ସେବା ଓ ରାଜ୍ୟ ବିଭିନ୍ନ ସ୍ବାସ୍ଥ୍ୟ ଯୋଜନାର ଉପଯୁକ୍ତ କାର୍ଯ୍ୟକାରିତାକୁ ନେଇ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଡାକ୍ତରଖାନାରେ ମାତୃଶିଶୁ ବିଭାଗ ସମ୍ମୁଖ ଖାଲିସ୍ଥାନରେ ଆଇସିୟୁ ବ୍ୟବସ୍ଥା, କର୍ମଚାରୀମାନଙ୍କ ପାଇଁ ନୂତନ ଷ୍ଟାଫ୍‌ କ୍ୱାଟର୍ସ ନିର୍ମାଣ ପାଇଁ ପ୍ରସ୍ତାବ ସେମାନେ ପ୍ରସ୍ତାବ ଦେଇଥିଲେ। ଡାକ୍ତରଖାନାରେ ୨୦ ଜଣ ନୂତନ ଡାକ୍ତରଙ୍କୁ ତୁରନ୍ତ ଦେବା ପାଇଁ ଏହି ଟିମ ପ୍ରତିଶ୍ରୁତି ଦେଇଥିଲା। ଡାକ୍ତରଖାନା ସୁପରିଣ୍ଟେଣ୍ଡେଣ୍ଟ ଡ. ଜଗଦୀଶ ଚନ୍ଦ୍ର ବାରିକ, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଡ. ପଣ୍ଡିତ କୁମାର ସାହୁ, ପିଡବ୍ଲ୍ୟୁଡି ଅଧିକାରୀ ମନୋଜ କୁମାର ମହାନନ୍ଦ, ଆର୍‌ଜିଏଚ୍‌ ମ୍ୟାନେଜର ମୋହିତ ଶ୍ରୀବାସ୍ତବ, ଚକ୍ଷୁ ବିଶେଷଜ୍ଞ ଡ. ସମୀର ପାତ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri