ଆଇସିୟୁ, ଡାକ୍ତର ନିଯୁକ୍ତି ପାଇଁ ପ୍ରତିଶ୍ରୁତି

ରାଉରକେଲା ଅଫିସ,୧୯।୫: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ୪ ଜଣିଆ ଟିମ୍‌ ଗୁରୁବାର ରାଉରକେଲା ସରକାରୀ ହସ୍ପିଟାଲ (ଆରଜିଏଚ୍‌)କୁ ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ ଟିମ୍‌ ପୂର୍ବାହ୍ନ ୧୦ଟାରେ ଡାକ୍ତରଖାନାରେ ପହଞ୍ଚତ୍ବା ପରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସେମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ପରେ ଆରଜିଏଚ୍‌ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ସ୍ବାଇଁ ଓ ଅନ୍ୟ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଡାକ୍ତରଖାନା ଅଧିବେଶନ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡ. ବି. କେ. ମହାପାତ୍ର, ଅତିରିକ୍ତ ଡିଏମ୍‌ଟି ଡ. ବ୍ରଜକିଶୋର ଦାସ, ଓଏସ୍‌ଏମ୍‌ସିଏଲର ଜେନେରାଲ ମ୍ୟାନେଜର ଡ. ରଣଜିତ ସିଂ, ଏନ୍‌ଏଚ୍‌ଏମ୍‌ର ପ୍ରୋଗାମ ମ୍ୟାନେଜର ଆଦିତ୍ୟ ପ୍ରଧାନ ଓ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼ ଜିଲାର ୪ଟି ନିର୍ବାଚନ ମଣ୍ଡଳୀ ସହ ପଡୋଶୀ ଝାଡ଼ଖଣ୍ଡର ରୋଗୀମାନେ ରାଉରକେଲା ସରକାରୀ ହସ୍ପିଟାଲ ଉପରେ ନିର୍ଭର କରିଥାନ୍ତି। ତେଣୁ ଏହି ଡାକ୍ତରଖାନାରେ ଥିବା ନାନା ସମସ୍ୟାର ସମାଧାନ ନେଇ ବିଧାୟକ ନାୟକ ସ୍ବାସ୍ଥ୍ୟ ବିଭାଗର ଟିମ୍‌କୁ ଅବଗତ କରିଥିଲେ। ପରେ ଏହି ଟିମ୍‌ ଆରଜିଏଚର ବିଭିନ୍ନ ୟୁନିଟ୍‌ ଗୁଡିକୁ ବୁଲି ଦେଖିଥିଲେ। ଏହାସହ ଡାକ୍ତରଖାନାରେ ପରିମଳ ବ୍ୟବସ୍ଥା, ପାର୍କିଂ ସ୍ଥଳ, ପାନୀୟ ଜଳ, ବିଦ୍ୟୁତ ସେବା ଓ ରାଜ୍ୟ ବିଭିନ୍ନ ସ୍ବାସ୍ଥ୍ୟ ଯୋଜନାର ଉପଯୁକ୍ତ କାର୍ଯ୍ୟକାରିତାକୁ ନେଇ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଡାକ୍ତରଖାନାରେ ମାତୃଶିଶୁ ବିଭାଗ ସମ୍ମୁଖ ଖାଲିସ୍ଥାନରେ ଆଇସିୟୁ ବ୍ୟବସ୍ଥା, କର୍ମଚାରୀମାନଙ୍କ ପାଇଁ ନୂତନ ଷ୍ଟାଫ୍‌ କ୍ୱାଟର୍ସ ନିର୍ମାଣ ପାଇଁ ପ୍ରସ୍ତାବ ସେମାନେ ପ୍ରସ୍ତାବ ଦେଇଥିଲେ। ଡାକ୍ତରଖାନାରେ ୨୦ ଜଣ ନୂତନ ଡାକ୍ତରଙ୍କୁ ତୁରନ୍ତ ଦେବା ପାଇଁ ଏହି ଟିମ ପ୍ରତିଶ୍ରୁତି ଦେଇଥିଲା। ଡାକ୍ତରଖାନା ସୁପରିଣ୍ଟେଣ୍ଡେଣ୍ଟ ଡ. ଜଗଦୀଶ ଚନ୍ଦ୍ର ବାରିକ, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଡ. ପଣ୍ଡିତ କୁମାର ସାହୁ, ପିଡବ୍ଲ୍ୟୁଡି ଅଧିକାରୀ ମନୋଜ କୁମାର ମହାନନ୍ଦ, ଆର୍‌ଜିଏଚ୍‌ ମ୍ୟାନେଜର ମୋହିତ ଶ୍ରୀବାସ୍ତବ, ଚକ୍ଷୁ ବିଶେଷଜ୍ଞ ଡ. ସମୀର ପାତ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri