ମନ୍ଦ ଉଦ୍ଦେଶ୍ୟ ନେଇ ରତ୍ନଭଣ୍ଡାର କମିଟି ଭଙ୍ଗାଯାଇଛି: ବିଜେଡି

ଭୁବନେଶ୍ୱର,୬ା୭(ଅନିଲ ଦାସ/ସୁନିତ୍‌ ମିଶ୍ର): ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟର ନବଗଠିତ ଭାଜପା ସରକାର ଗୁରୁବାର ୧୬ଜଣିଆ କମିଟି ଗଠନ କରିଛନ୍ତି। ତେବେ ସରକାରଙ୍କ ଏହି ପଦକ୍ଷେପକୁ ବିଜେଡି ସମାଲୋଚନା କରିଛି। ଏହାକୁ ନେଇ ବିଜେଡି ଏବଂ ଭାଜପା ମୁହଁାମୁହିଁ ହୋଇଛନ୍ତି। ମନ୍ଦ ଉଦ୍ଦେଶ୍ୟ ରଖି ବିଜେଡି ସରକାର ସମୟରେ ଗଠନ କରାଯାଇଥିବା ରତ୍ନଭଣ୍ଡାର କମିଟି ଭଙ୍ଗାଯାଇ ନୂଆ କମିଟି କରାଯାଇଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ଜଷ୍ଟିସ ଅରିଜିତ ପଶାୟତ ଜଣେ ସୁନାମଧନ୍ୟ ବ୍ୟକ୍ତି। ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ କମିଟିରୁ ହଟାଇ ଦିଆଯାଇଛି। ନୂଆ ସରକାର କେତେବେଳେ କ’ଣ କହୁଛନ୍ତି ତାହାର କୌଣସି ଠିକ୍‌ଠିକଣା ନାହିଁ। କେତେବେଳେ ରତ୍ନଭଣ୍ଡାର ଖୋଲିବା ତାରିଖ ଘୋଷଣା କରୁଛନ୍ତି ତ ପୁଣି କେତେବେଳେ ମନା କରୁଛନ୍ତି। ଭାଜପା ସରକାରର ଉଦ୍ଦେଶ୍ୟ ଓଡ଼ିଶାବାସୀ ଜାଣିଛନ୍ତି। ନୂଆ ସରକାର ଠିକ୍‌ କଥା କରିବେନି କି ଠିକ୍‌ ବାଟରେ ଯିବେନି। ଖାଲି ଭୁଆଁ ବୁଲେଇବେ ବୋଲି ପ୍ରମିଳା କହିଛନ୍ତି। ପ୍ରମିଳାଙ୍କ ମନ୍ତବ୍ୟ ସମ୍ପର୍କରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଜଣେ ଯଦି ଲଜ୍ଜାହୀନ ହେବ ତେବେ ତାଙ୍କ ପାଇଁ କିଛି ଉତ୍ତର ନାହିଁ। ବିଜେଡି ୨୪ ବର୍ଷ ସରକାରରେ ଥାଇ ମଧ୍ୟ ରତ୍ନଭଣ୍ଡାର ଖୋଲିପାରିଲା ନାହିଁ। ରତ୍ନଭଣ୍ଡାର ଅଳଙ୍କାରକୁ ତାଲିକାଭୁକ୍ତ କରିବାର ଥିଲା, ତାକୁ ମଧ୍ୟ କରିପାରିଲେ ନାହିଁ। ଆଜି ତାରିଖରେ ସେମାନେ ଯଦି କହିବେ କାହିଁକି କମିଟି ଭଙ୍ଗାଗଲା ଏବଂ ଅଳଙ୍କାର ଗଣତି ବାବଦରେ ସରକାର ନେଉଥିବା ନିଷ୍ପତ୍ତିକୁ ସମାଲୋଚନା କରିବେ ତା’ଠାରୁ ଦୁର୍ଭାଗ୍ୟଜନକ ଆଉ କିଛି ନାହିଁ। ଆମ ସରକାରକୁ ପ୍ରାୟ ୨୫ ଦିନ ହୋଇଛି। ଏହି କମ୍‌ ସମୟ ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ପାଇଁ କମିଟି ଗଢ଼ିଛୁ। ରତ୍ନଭଣ୍ଡାର ଖୋଲିବା ଏବଂ ରତ୍ନ ଅଳଙ୍କାର ଗଣତି ସମ୍ପର୍କରେ କମିଟି ଶନିବାର ନିଷ୍ପତ୍ତି ନେବ। ସ୍ପଷ୍ଟ ଭାବେ କହୁଛୁ ଯେ, ରତ୍ନଭଣ୍ଡାର ଯଥାସମୟରେ ଖୋଲାଯିବ ଏବଂ ତା’ର ଇନଭେନଣ୍ଟରି ମ୍ୟାଚିଂ ହେବା ସହିତ ପ୍ରତ୍ୟେକ ଫଟୋଗ୍ରାଫିକୁ ଡିଜିଟାଇଜେଶନ କରାଯାଇ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri