ୟୁଜି ନାମଲେଖା: ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ, ୨୨।୩: ସାରା ଦେଶରେ ଏଣିକି କଲେଜରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାକୁ ଅଣ୍ଡର ଗ୍ରାଜୁଏଟ୍‌ (ୟୁଜି) ୧୦୦% କଟ୍‌ ଅଫ୍‌ ମାର୍କ ଧାର୍ଯ୍ୟ କରୁଥିବାରୁ ୟୁଜିସି ପକ୍ଷରୁ ଏକକ ପ୍ରବେଶିକା ପରୀକ୍ଷା ପାଇଁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ୟୁଜିସି ମୁଖ୍ୟ ଏମ୍‌. ଜଗଦେଶ କୁମାର ମଙ୍ଗଳବାର ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଜୁଲାଇ ମାସର ପ୍ରଥମ ସପ୍ତାହରେ ଏହି କମନ ୟୁନିଭର୍ସିଟି ଏଜୁକେଶନ ଟେଷ୍ଟ (ସିୟୁଇଟି) ଅନୁଷ୍ଠିତ ହେବ। ଏହି ପ୍ରବେଶିକା ପରୀକ୍ଷା ପାଇଁ ଅନ୍‌ଲାଇନରେ ଆବେଦନ ପ୍ରକ୍ରିୟା ଏପ୍ରିଲ ପ୍ରଥମ ସପ୍ତାହରୁ ଆରମ୍ଭ ହେବ। ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ଆଧାରରେ ପ୍ରବେଶିକା ପରୀକ୍ଷାରେ ପ୍ରଶ୍ନ ପଡ଼ିବ। ଏହି ଏକକ ପ୍ରବେଶିକା ପରୀକ୍ଷା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ଆୟୋଜନ କରାଯିବ। ଏକକ ପ୍ରବେଶିକା ପରୀକ୍ଷା ବର୍ତ୍ତମାନ ସମସ୍ତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପାଇଁ ବାଧ୍ୟତାମୂଳକ। ଏଥିସହ ୟୁଜିସି ପକ୍ଷରୁ ସମସ୍ତ ରାଜ୍ୟ, ସରକାରୀ ଅନୁମୋଦିତ ସଂସ୍ଥା ଏବଂ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକୁ ମଧ୍ୟ ନାମ ଲେଖାଇବା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଆୟୋଜନ କରିବାକୁ କୁହାଯାଇଛି। ଦ୍ୱାଦଶ ଶ୍ରେଣୀ ପାସ୍‌ କରିଥିବା ଯେକୌଣସି ଛାତ୍ରୀଛାତ୍ର ଏକକ ପ୍ରବେଶିକା ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri