Posted inଖେଳ

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭ

ବର୍ମିଂହାମ,୨୯ା୭: ୨୨ତମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ଆରମ୍ଭ ହୋଇଛି। ୭୨ଟି ଦେଶର ଆଥଲେଟ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ବେଳେ ଆଲେକଜାଣ୍ଡାର ଷ୍ଟାଡିୟମରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ପ୍ରିନ୍ସ ଚାଲର୍‌ସ। ଏହି କାର୍ଯ୍ୟକ୍ରମରେ ୩୦ ହଜାରରୁ ଅଧିକ ଦର୍ଶକ ଯୋଗ ଦେଇଥିବା ବେଳେ ଡ୍ରମର ଆବ୍ରାହାମ ପ୍ୟାଡି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଗାଉଥିବା ରଞ୍ଜନା ଘଟକ ପ୍ରଥମେ ସଙ୍ଗୀତ ପରିବେଶଣ କରିଥିଲେ। ୧୫ଟି ଭେନ୍ୟୁରେ ୧୧ ଦିନ ବ୍ୟାପୀ ଏହି ଖେଳ ଖେଳାଯିବାକୁ ଥିବା ବେଳେ ୨୮୦ଟି ମେଡାଲ ପାଇଁ ପ୍ରତିଦ୍ୱନ୍ଦିତା କରିବେ ୫ ହଜାରରୁ ଅଧିକ ଆଥଲେଟ। ୧୯ କ୍ରୀଡାର ୧୩୬ ବର୍ଗରେ ମହିଳା ଏବଂ ୧୩୪ ବର୍ଗରେ ପୁରୁଷ ମାନେ ପ୍ରତିଦ୍ୱନ୍ଦିତା କରିବେ। ଏହା ସହିତ ୧୦ଟି ବର୍ଗରେ ମିକ୍ସଡ ଟିମ୍‌ ପ୍ରତିଦ୍ୱନ୍ଦିତା ଦେଖିବାକୁ ମିଳିବ। ବର୍ତ୍ତମାନ ସୁଦ୍ଧା ୬୧ରାଷ୍ଟ୍ର ପଦକ ହାସଲ କରିଛନ୍ତି।
୨୦ ବର୍ଷ ପରେ ୟୁକେ ଏହି ଇଭେଣ୍ଟ ଆୟୋଜନ କରିଛି। ଦୁଇ ଥର ଅଲିମ୍ପିକ ପଦକ ବଜୟିନୀ ପିଭି ସିନ୍ଧୁ ଏବଂ ହକି ଦଳର ଅଧିନାୟକ ମନପ୍ରୀତ୍‌ ସିଂ ମାର୍ଚ୍ଚପୋଷ୍ଟରେ ଭାରତର ନେତୃତ୍ୱ ନେଇଥିଲେ। ଉଦ୍‌ଘାଟନୀ ଉତ୍ସବ କାର୍ଯ୍ୟକ୍ରମ ପ୍ରାୟ ଅଢେଇ ଘଣ୍ଟା ଧରି ଚାଲିଥିଲା। ଅଶୀ ଦଶକର ପ୍ରସିଦ୍ଧ ବ୍ୟାଣ୍ଡ ଡୁରାନ୍‌ ଡୁରାନ୍‌ ଉଦ୍‌ଘାଟନୀ ଉତ୍ସବରେ ପ୍ରଦର୍ଶନ କରିଥିଲା। ଉଲ୍ଲେଖଯୋଗ୍ୟ ଯେ, ଅଷ୍ଟ୍ରେଲିଆର ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ୨୦୧୮ ସଂସ୍କରଣର ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ୬୬ଟି ପଦକ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri