Posted inଖେଳ

ଆଜିଠୁ ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତର ୨୧୫ ଆଥଲେଟ୍‌ କରିବେ ଅଂଶଗ୍ରହଣ

ବର୍ମିଂହାମ୍‌, ୨୭।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ଆଜିଠାରୁ ଇଂଲଣ୍ଡର ବର୍ମିଂହାମ ଠାରେ ଆରମ୍ଭ ହେବ। ଏଥିପାଇଁ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତି ସହ ଇଂଲଣ୍ଡରେ ପହଞ୍ଚିଛନ୍ତି। ଭାରତ ୧୮ ଥରପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେବାକୁ ଯାଉଛି। ବର୍ମିଂହାମ କ୍ରୀଡ଼ାରେ ଭାରତର ମୋଟ ୨୧୫ ଆଥଲେଟ୍‌ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ୧୦୪ ମହିଳା ଓ ୧୧୧ ପୁରୁଷ ଆଥଲେଟ୍‌ ସାମିଲ। ଭାରତୀୟ ପ୍ରତିଯୋଗୀମାନେ ମୋଟ ୧୬ଟି କ୍ରୀଡ଼ାରେ ଅଂଶଗ୍ରହଣ କରିବେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ପୂର୍ବରୁ ଭାରତୀୟ ଦଳକୁ ବଡ଼ ଝଟ୍‌କା ଲାଗିଛି। ଭାରତ ପାଇଁ ସବୁଠାରୁ ବଡ ଆଶା, ନୀରଜ ଚୋପ୍ରା ଆହତ କାରଣରୁ ଏହି ଟୁର୍ନାମେଣ୍ଟରୁ ବାଦ ପଡିଛନ୍ତି। ନୀରଜ ବାଦ୍‌ ପଡିବା ପରେ ଦୁଇଥର ଅଲିମ୍ପିକ ପଦକ ବିଜେତା ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଉଦଘାଟନୀ ସମାରୋହରେ ଭାରତୀୟ ପତାକା ବାହକ ଭାବେ ରହିବେ।
ସ୍ଥାନୀୟ ସମୟ ରାତି ୭ଟା ଏବଂ ଭାରତୀୟ ସମୟ ରାତି ୧୧ଟା ୩୦ରେ ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେବ। ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ପ୍ରସାରଣ ଅଧିକାର ସୋନି ନେଟୱାର୍କ ନିକଟରେ ଅଛି। ତେଣୁ ସୋନି ନେଟୱାର୍କର ଚ୍ୟାନେଲରେ ସିଧା ପ୍ରସାରଣ ହେବ। ଏହା ବ୍ୟତୀତ ପ୍ରଶଂସକମାନେ ସୋନି ଲାଇଭ ଆପରେ ଲାଇଭ ପ୍ରସାରଣ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri