Posted inଖେଳ

ଆଜିଠୁ ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତର ୨୧୫ ଆଥଲେଟ୍‌ କରିବେ ଅଂଶଗ୍ରହଣ

ବର୍ମିଂହାମ୍‌, ୨୭।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ଆଜିଠାରୁ ଇଂଲଣ୍ଡର ବର୍ମିଂହାମ ଠାରେ ଆରମ୍ଭ ହେବ। ଏଥିପାଇଁ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତି ସହ ଇଂଲଣ୍ଡରେ ପହଞ୍ଚିଛନ୍ତି। ଭାରତ ୧୮ ଥରପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେବାକୁ ଯାଉଛି। ବର୍ମିଂହାମ କ୍ରୀଡ଼ାରେ ଭାରତର ମୋଟ ୨୧୫ ଆଥଲେଟ୍‌ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ୧୦୪ ମହିଳା ଓ ୧୧୧ ପୁରୁଷ ଆଥଲେଟ୍‌ ସାମିଲ। ଭାରତୀୟ ପ୍ରତିଯୋଗୀମାନେ ମୋଟ ୧୬ଟି କ୍ରୀଡ଼ାରେ ଅଂଶଗ୍ରହଣ କରିବେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ପୂର୍ବରୁ ଭାରତୀୟ ଦଳକୁ ବଡ଼ ଝଟ୍‌କା ଲାଗିଛି। ଭାରତ ପାଇଁ ସବୁଠାରୁ ବଡ ଆଶା, ନୀରଜ ଚୋପ୍ରା ଆହତ କାରଣରୁ ଏହି ଟୁର୍ନାମେଣ୍ଟରୁ ବାଦ ପଡିଛନ୍ତି। ନୀରଜ ବାଦ୍‌ ପଡିବା ପରେ ଦୁଇଥର ଅଲିମ୍ପିକ ପଦକ ବିଜେତା ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଉଦଘାଟନୀ ସମାରୋହରେ ଭାରତୀୟ ପତାକା ବାହକ ଭାବେ ରହିବେ।
ସ୍ଥାନୀୟ ସମୟ ରାତି ୭ଟା ଏବଂ ଭାରତୀୟ ସମୟ ରାତି ୧୧ଟା ୩୦ରେ ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେବ। ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ପ୍ରସାରଣ ଅଧିକାର ସୋନି ନେଟୱାର୍କ ନିକଟରେ ଅଛି। ତେଣୁ ସୋନି ନେଟୱାର୍କର ଚ୍ୟାନେଲରେ ସିଧା ପ୍ରସାରଣ ହେବ। ଏହା ବ୍ୟତୀତ ପ୍ରଶଂସକମାନେ ସୋନି ଲାଇଭ ଆପରେ ଲାଇଭ ପ୍ରସାରଣ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri