ବ୍ଲକ ଅଫିସରେ ଗଣ୍ଡଗୋଳ: ସରପଞ୍ଚ, ସମିତି ସଭ୍ୟଙ୍କ ସ୍ବାମୀ ହାତାହାତି ସିସିଟିଭିରେ..

ହିଞ୍ଜିଳିକାଟୁ ୮।୧୧( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର କୌଣସି କଥାକୁ ନେଇ ଆମ୍ବ ଗାଁ ପଞ୍ଚାୟତ ସରପଞ୍ଚ ଓ ଉକ୍ତ ପଞ୍ଚାୟତର ସମିତି ସଭ୍ୟଙ୍କ ସ୍ବାମୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି। କଥା ଶେଷରେ ପୋଲିସ ଥାନା ପର୍ଯ୍ୟନ୍ତ ଯାଇଛି। ଶାସନ ଆମ୍ବ ଗାଁ ପଞ୍ଚାୟତ ସରପଞ୍ଚ ଜନାର୍ଦ୍ଦନ ସେଠୀ ଓ ସମିତି ସଭ୍ୟଙ୍କ ସ୍ବାମୀ ମାର୍କଣ୍ଡ ପାଣିଗ୍ରାହୀ ମଧ୍ୟରେ ଏହି କଥା କଟାକଟି ଓ ହାତାହାତି ଘଟଣା ଏବେ ଚର୍ଚ୍ଚା ବିଷୟ ପାଲଟିଛି। ବ୍ଲକ ର ଜଣେ କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ଏପରି ଅପ୍ରୀତିକର ପରିସ୍ଥିତିକୁ ବ୍ଲକ କର୍ମଚାରୀ ଘଟଣାରେ ହସ୍ତକ୍ଷେପ କରି ଉଭୟଙ୍କୁ ବୁଝାସୁଝା ଉଦ୍ୟମ କରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ବ୍ଲକ କାର୍ଯ୍ୟାଳୟ ରେ ପହଞ୍ଚି ଉଭୟଙ୍କୁ ବୁଝାସୁଝା କରିଥିଲା।
ଅଭିଯୋଗ ଅନୁସାରେ, ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ଶାସନ ଆମ୍ବ ଗାଁ ପଞ୍ଚାୟତକୁ ଦେଶର ଅନ୍ୟତମ ଶ୍ରେଷ୍ଠ ପଞ୍ଚାୟତ ଘୋଷଣା ହୋଇଥିଲା।ଫଳରେ ଉକ୍ତ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ୩ କୋଟି ଟଙ୍କା ଆସିଛି । ଉକ୍ତ ରାଶିକୁ ଖର୍ଚ୍ଚ କରିବାରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ମଧ୍ୟରେ ମତାନ୍ତର ରହିଛି। ଉକ୍ତ ରାଶିକୁ ଖର୍ଚ୍ଚ ନିମନ୍ତେ ବ୍ଲକ ଯନ୍ତ୍ରୀ ଡି ଅଶୋକଙ୍କ କାର୍ଯ୍ୟାଳୟରେ ଆଲୋଚନା ଚାଲିଥିଲା। ଏତିକି ବେଳେ ସରପଞ୍ଚ ଓ ସମିତି ସଭ୍ୟାଙ୍କ ସ୍ବାମୀଙ୍କ ମଧ୍ୟରେ ଗଣ୍ଡଗୋଳ ଓ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିଲା। ସମ୍ପୂର୍ଣ୍ଣ ଘଟଣା ସିସିଟିଭି ଫୁଟେଜରେ ରହିଛି। ଘଟଣା ନେଇ ପୋଲିସ ତଦନ୍ତ ଚଳାଇଛି। ଖବର ଲେଖା ସୁଦ୍ଧା ଥାନାରେ ଏଥିପାଇଁ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri